5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି
ଭୁବନେଶ୍ୱର:୧୮.୦୭ ରାଜ୍ୟରେ ଏ ପର୍ଯ୍ୟନ୍ତ ତିନୋଟି ପର୍ଯ୍ୟାୟରେ 6883 ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ 8654 ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଇ-ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ ଶ୍ରେଣୀଗୃହ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି।ଏ ପରିପେକ୍ଷୀରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଦୁଇଦିନ ଧରି ଗଂଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲ୍ଲାର ୧୦୧ଟି ବ୍ଲକର ଓ ୨ଟି ମୁନିସିପାଲ୍ କର୍ପୋରେସନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ପୁରାତନ ଓ ଏବର ଛାତ୍ରଛାତ୍ରୀ, ସରପଞ୍ଚ ତଥା ପରିଚାଳନା କମିଟି ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରିଥିଲେ। ସେମାନଙ୍କ ସ୍କୁଲରେ 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଁଜଳି ଶେରଗଡରୁ ୨୦୨୧ ମସିହାରୁ ଆରମ୍ଭ ହୋଇଥିଲା 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ 6883 ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ 1771 ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୁଡାନ୍ତ ରୂପ ଦେବ। ରାଜ୍ୟର ସମସ୍ତ 8654 ଟି ହାଇସ୍କୁଲର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ।