Search for:
  • Home/
  • ରାଜ୍ୟ/
  • ଆରପାରିରେ ଡାକ୍ତର ଦାମୋଦର ରାଉତ, ଶଙ୍ଖ ଭବନରେ ଶେଷ ଦର୍ଶନ କଲେ ବହୁ ବରିଷ୍ଠ ନେତା

ଆରପାରିରେ ଡାକ୍ତର ଦାମୋଦର ରାଉତ, ଶଙ୍ଖ ଭବନରେ ଶେଷ ଦର୍ଶନ କଲେ ବହୁ ବରିଷ୍ଠ ନେତା

Spread the love

Loading

ଆରପାରିରେ ଡାକ୍ତର ଦାମୋଦର ରାଉତ, ଶଙ୍ଖ ଭବନରେ ଶେଷ ଦର୍ଶନ କଲେ ବହୁ ବରିଷ୍ଠ ନେତା

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।
ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଦାମ ରାଉତଙ୍କ ଚିକିତ୍ସା ଜାରି ରହିଥିଲା। ହୃଦଘାତ ପରେ ଦାମୋଦର ଗୁରୁତର ହୋଇଥିଲେ। ତିନିମାସ ତଳେ ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡ଼ିଥିଲେ। ଯକୃତରେ ପାଣି ଜମିଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସୁସ୍ଥ ହେବା ପରେ ସେ ଘରକୁ ଫେରିଥିଲେ।

ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ଼ ରାଜନେତା ଭାବେ ଜଣାଶୁଣା ଥିଲେ। ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ଏକାଧିକ ଥର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରି ପୁଣି ବିଜେଡିକୁ ଫେରିଥିଲେ।
ବର୍ତ୍ତମାନ ଦାମଙ୍କ ପାର୍ଥିବ ଶରୀରକୁ ଶଙ୍ଖ ଭବନରେ ରଖାଯାଇଛି । ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନେକ ବରିଷ୍ଠ ରାଜନେତା ଦମଙ୍କୁ ଅନ୍ତିମ ଦର୍ଶନ କରିଛନ୍ତି ।

Leave A Comment

All fields marked with an asterisk (*) are required