Search for:
  • Home/
  • ରାଜ୍ୟ/
  • ଓଡିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବା ପାଇଁ ବିଜେପି ସରକାର ପ୍ରତିଶୃତିବଦ୍ଧ : ବିରଂଚି ତ୍ରିପାଠୀ

ଓଡିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବା ପାଇଁ ବିଜେପି ସରକାର ପ୍ରତିଶୃତିବଦ୍ଧ : ବିରଂଚି ତ୍ରିପାଠୀ

Spread the love

Loading

ଆସନ୍ତା ୧୯ ଓ ୨୦ରେ ପୁରୀଠାରେ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଓଡିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବା ପାଇଁ ବିଜେପି ସରକାର ପ୍ରତିଶୃତିବଦ୍ଧ : ବିରଂଚି ତ୍ରିପାଠୀ

 ୧୯ ତାରିଖ ସକାଳେ ପ୍ରଥମେ ଅନୁଷ୍ଠିତ ହେବ ରାଜ୍ୟ ପଦାଧିକାରୀ ବୈଠକ
 ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା
 ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନିଲ ବଂସଲ. ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଯୋଗ ଦେବେ
 କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ

ଭୁବନେଶ୍ୱର, ତା.୧୬/୦୭: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୧୯ ଓ ୨୦ତାରିଖରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୁରୀଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ସଭାପତିତ୍ୱରେ ୧୯ ତାରିଖ ସକାଳେ ପ୍ରଥମେ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ । ଏହା ପରେ ଅନୁଷ୍ଠିତ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା ଉଦଘାଟନ କରିବେ । ଏହି ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନିଲ ବଂସଲ. ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଯୋଗ ଦେବେ ବୋଲି ରାଜ୍ୟ ଉପସଭାପତି ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ ସୁଚନା ଦେଇଛନ୍ତି ।
କେନ୍ଦ୍ରରେ ଲଗାତାର ତୃତୀୟ ଥର ଏବଂ ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ଏକାକୀ ସରକାର ଗଠନ କରିବା ପରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଯୋଗ ଦେବେ ବୋଲି ଶ୍ରୀ ତ୍ରିପାଠୀ ସୁଚନା ଦେଇଛନ୍ତି ।
ଓଡିଶାବାସୀଙ୍କ ଆର୍ଶୀବାଦରୁ ବିଜେପି ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିବାର ସୁଯୋଗ ପାଇଛି । ଜନସାଧାରଣଙ୍କ ଆଶା ଓ ଆକାଂକ୍ଷାକୁ ପୁରଣ କରି ଓଡିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବା ପାଇଁ ବିଜେପି ସରକାର ପ୍ରତିଶୃତିବଦ୍ଧ । ଏହି କାର୍ଯ୍ୟକାରିଣୀ ବୈଠକରେ ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଶ୍ରୀ ତ୍ରିପାଠୀ ସୁଚନା ଦେଇଛନ୍ତି

Leave A Comment

All fields marked with an asterisk (*) are required