ନା୍ଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ ଖାଉଟିଙ୍କୁ ମିଳିବ କିଲୋଗ୍ରାମ ପ୍ରତି ୩୦ ଟଙ୍କାରେ
ନା୍ଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ
ଖାଉଟିଙ୍କୁ ମିଳିବ କିଲୋଗ୍ରାମ ପ୍ରତି ୩୦ ଟଙ୍କାରେ
ଭୁବନେଶ୍ୱର-ତା. ୦୮.୦୮.୨୦୨୪- ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ । ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଏଥି ପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି । ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ । ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି । ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।