Search for:
  • Home/
  • ରାଜ୍ୟ/
  • ସିବିଏସଇ ସ୍କୁଲରେ ବିକଳ୍ପ ଭାଷା ଭାବରେ ମାତୃଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ- ଧର୍ମେନ୍ଦ୍ର ପ୍ରଧାନ

ସିବିଏସଇ ସ୍କୁଲରେ ବିକଳ୍ପ ଭାଷା ଭାବରେ ମାତୃଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ- ଧର୍ମେନ୍ଦ୍ର ପ୍ରଧାନ

Spread the love

Loading

ସିବିଏସଇ ସ୍କୁଲରେ ସମସ୍ତ ଭାରତୀୟ ଭାଷାରେ ପାଠପଢା ବିଜ୍ଞପ୍ତି ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

ସିବିଏସଇ ସ୍କୁଲରେ ବିକଳ୍ପ ଭାଷା ଭାବରେ ମାତୃଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ- ଧର୍ମେନ୍ଦ୍ର ପ୍ରଧାନ

• ପିଲାଙ୍କ ଇଚ୍ଛାନୁସାରେ ଓଡ଼ିଆ ସମେତ ଅନ୍ୟାନ୍ୟ ଭାରତୀୟ ଭାଷାରେ ପାଠ ପଢିପାରିବେ
• ରାଷ୍ଟ୍ରୀୟ ଶିକ୍ଷା ନୀତି ସମସ୍ତ ଭାରତୀୟ ଭାଷାକୁ ଗୁରୁତ୍ୱ ଦେଉଅଛି
• ମାତୃଭାଷାରେ ପଢ଼ିଲେ ହିଁ ଛାତ୍ରଛାତ୍ରୀମାନଙ୍କ ଚିନ୍ତନ ଶକ୍ତି ବୃଦ୍ଧି ହେବ
• ଏହି ପଦକ୍ଷେପ ଭାରତୀୟ ଭାଷା ଆଧାରିତ ଶିକ୍ଷାକୁ ବଢାଇବ

ଭୁବନେଶ୍ୱର,  ଜୁଲାଇ ୨୩ – ସିବିଏସଇ ଅନୁବନ୍ଧିତ ସ୍କୁଲ ଗୁଡିକରେ ଛାତ୍ରଛାତ୍ରୀ ମାନଙ୍କୁ ବିକଳ୍ପ ଭାଷା ଭାବରେ ମାତୃଭାଷାରେ ଶିକ୍ଷାଦାନ ଦିଆଯାଇପାରିବ । ଏଥିପାଇଁ ସିବିଏସଇ ବିଜ୍ଞପ୍ତି ଜାରି କରିସାରିଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ବିଶ୍ୱର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିପୂର୍ଣ୍ଣ ରାଷ୍ଟ୍ରୀୟ ଶିକ୍ଷା ନୀତି ସମସ୍ତ ଭାରତୀୟ ଭାଷାକୁ ଗୁରୁତ୍ୱ ଦେଉଅଛି । ପୂର୍ବରୁ ସିବିଏସଇ ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦିରେ ପାଠ ପଢ଼ାଯିବାର ବ୍ୟବସ୍ଥା ଥିଲା । ଏଣିକି ସମସ୍ତ ସିବିଏସଇ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ଇଂରାଜି ଓ ହିନ୍ଦି ଭାଷା ବ୍ୟତିତ ପିଲାଙ୍କ ଇଚ୍ଛାନୁସାରେ ଓଡ଼ିଆ ଏବଂ ଅନ୍ୟାନ୍ୟ ଭାରତୀୟ ଭାଷାରେ ଶିକ୍ଷା ଦିଆଯିବ ।

ମାତୃଭାଷାରେ ପାଠ ପଢ଼ିଲେ ହିଁ ଛାତ୍ରଛାତ୍ରୀମାନେ ଭଲ ଭାବେ ପାଠକୁ ବୁଝି ପାରିବେ । ମୂଳ ବିଷୟର ସ୍ପଷ୍ଟତା ଆସିବ । ଛାତ୍ରଛାତ୍ରୀଙ୍କର ଚିନ୍ତନ ଶକ୍ତି ବୃଦ୍ଧି ପାଇବ, ଯାହା ଶିକ୍ଷା ନୀତିର ଉଦ୍ଦେଶ୍ୟ ରହିଛି । ତେବେ ପିଲାମାନେ କେଉଁ ଭାଷାରେ ପାଠ ପଢିବେ, ସେଥିପାଇଁ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନାହିଁ । ସିବିଏସଇ ସ୍କୁଲ ଗୁଡ଼ିକ ଧୀରେ ଧୀରେ ଏ ବ୍ୟବସ୍ଥାକୁ ଆପଣାଇବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଏହି ପଦକ୍ଷେପ ଭାରତୀୟ ଭାଷା ଆଧାରିତ ଶିକ୍ଷାକୁ ବଢାଇବ । ଶିକ୍ଷାର ଆଉଟକମ ପାଇଁ ଏହା ଏକ ଭଲ ଶୁଭାରମ୍ଭ ବୋଲି ସେ କହିଛନ୍ତି ।

Leave A Comment

All fields marked with an asterisk (*) are required