ଆସିଲା ମୌସୁମୀ ବର୍ଷିଲା ବର୍ଷା
ଆସିଲା ମୌସୁମୀ; କାଚିଲା ବର୍ଷା
ଭୁବନେଶ୍ୱର : ୦୫.୦୭ ରାଜ୍ୟରେ ବଢ଼଼ିବ ବର୍ଷାର ପରିମାଣ। ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ବୁଧବାର ବର୍ଷାର ପ୍ରକୋପ ବଢ଼ିବା ସହିତ ଗୁରୁବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବର୍ତ୍ତମାନ ମୌସୁମୀ ନିମ୍ନ ଚାପରେଖା ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ଦିଲ୍ଲୀ, ଆଲିଗଡ଼, ହମିରପୁର, ପ୍ରୟାଗରାଜ, ଡାଲଟନଗଞ୍ଜ, ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱରରୁ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ୱିଛି। ଏହା ପ୍ରଭାବରେ ମଙ୍ଗଳବାର ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ୬ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ସମୟରେ ମୌସୁମୀ ସ୍ୱାଭାବିକ ଅବସ୍ଥାକୁ ଫେରିବ ବୋଲି ଆକଳନ କରାଯାଉଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହି ସମୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଗତ ୧ ଜୁନରୁ ୩ ଜୁଲାଇ ମଧ୍ୟରେ ରାଜ୍ୟରେ ୧୬୮.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୨୯ ପ୍ରତିଶତ କମ୍ ରହିଛି। କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଭୀଷଣ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।