Search for:
  • Home/
  • ରାଜ୍ୟ/
  • ନୂଆଖାଇରେ ଚାଷୀ ପାଇଲେ କାଳିଆ ସହାୟତା, ରବି ଫସଲ ପାଇଁ ସହାୟତା ୪୪ ଲକ୍ଷ ୫୬ ହଜାର ଚାଷୀ ପାଇଲେ ୯୦୦ କୋଟି

ନୂଆଖାଇରେ ଚାଷୀ ପାଇଲେ କାଳିଆ ସହାୟତା, ରବି ଫସଲ ପାଇଁ ସହାୟତା ୪୪ ଲକ୍ଷ ୫୬ ହଜାର ଚାଷୀ ପାଇଲେ ୯୦୦ କୋଟି

Spread the love

Loading

 

ନୂଆଖାଇରେ ଚାଷୀ ପାଇଲେ କାଳିଆ ସହାୟତା, ରବି ଫସଲ ପାଇଁ ସହାୟତା

୪୪ ଲକ୍ଷ ୫୬ ହଜାର ଚାଷୀ ପାଇଲେ ୯୦୦ କୋଟି

୪୩.୮୮ ଲକ୍ଷ କ୍ଷୁଦ୍ର, ନାମମାତ୍ର ଚାଷୀ
୬୮.୭୫ ହଜାର ଭୂମିହୀନ ଚାଷୀ

୨୨ ଲକ୍ଷରୁ ଅଧିକ ଚାଷୀ ପରିବାର ପାଇଁ ରାଜ୍ୟ ସରକାର ଫସଲ ବୀମାର premium ଦେଇଛନ୍ତି

ମୁଁ ଚାହେଁ ଚାଷୀ ସମ୍ମାନର ସହ, ସ୍ୱାଭିମାନର ସହ ବଞ୍ଚୁ

ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ଚାଷୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କା ସହାୟତା ଦିଆ ଯାଇଛି- ମୁଖ୍ୟମନ୍ତ୍ରୀ

କାଳିଆ ଛାତ୍ର ବୃତ୍ତି ପାଇ ମୁ ଇଞ୍ଜିନିୟରିଂ ପଢୁଛି, ନ ହେଲେ ପଢ଼ି ପାରି ନ ଥାଆନ୍ତି – କାଳିଆ ବୃତ୍ତି ପାଇଥିବା ଛାତ୍ରୀ ରାଣୀ ସାହୁ

ଭୁବନେଶ୍ଵର:୨୧ ସେପ୍ଟେମ୍ବର ୨୦୨୩ ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି।

ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି।

ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି।

ଏହି ଅବସର ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇ ର ଶୁଭେଚ୍ଛା ଜଣାଇ କହିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆ ଯାଇଛି।

ସେ ପୁଣି କହିଲେ ଯେ ଚାଷୀ ପରିବାର ର ପିଲାମାନେ doctor, engineer ହୋଇ, ଭଲ ଭଲ profession ରେ ଯୋଗ ଦିଅନ୍ତୁ ବୋଲି ସେ ଚାହାନ୍ତି। ଏହାଦ୍ବାରା ସେମାନେ ନିଜ ପରିବାର ପାଇଁ, ସାରା ରାଜ୍ୟ ପାଇଁ ସୁନାମ ଆଣି ପାରିବେ ବୋଲି ମୁଖ୍ୟ ମନ୍ତ୍ରୀ କହୁଥିଲେ।

ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ପାଉଥିବା ଚାଷୀ ମାନଙ୍କ ପିଲା ମାନଙ୍କୁ ରାଜ୍ୟ ସରକାର କାଳିଆ scholarship ଦେଉଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଫସଲ ବୀମା ର premium ଦେଉଛନ୍ତି। ଏ ବର୍ଷ ୨୨ ଲକ୍ଷରୁ ଅଧିକ ଚାଷୀ ବୀମା ପାଇଁ ପଞ୍ଜିକରଣ କରି ସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କୃଷି ପାଇଁ ରାଜ୍ୟ ସରକାର ବହୁତ୍ ଯୋଜନା କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଚାଷୀ ମାନେ ଏହାର ସୁଯୋଗ ନେଇ ଓଡ଼ିଶାକୁ କୃଷି କ୍ଷେତ୍ରରେ ଏକ ସମୃଦ୍ଧ ରାଜ୍ୟ ଭାବେ ଗଢ଼ିବା ପାଇଁ ପରାମର୍ଶ ଦେଇଥିଲେ।

ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ରେ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ମାନଙ୍କୁ କୃଷି ପାଇଁ ବିହନ, ସାର, ରୋଗ ପୋକ ପାଇଁ ଔଷଧ ଓ ଯାନ୍ତ୍ରିକ ଉପକରଣ କିଣିବା ପାଇଁ ସିଧା ସଳଖ ସହାୟତା ଦିଆଯାଉଛି।
ଏହା ଦ୍ବାରା ସେମାନେ ଋଣ ଗ୍ରସ୍ତ ହେବାର ସମ୍ଭାବନା ରହୁ ନାହିଁ।

ଏହା ସହିତ ଭୂମି ହୀନ ଚାଷୀ ମାନଙ୍କୁ ବିଭିନ୍ନ ଜୀବିକା ପାଇଁ ଯଥା ଛେଳି, କୁକୁଡ଼ା, ବତକ ପାଳନ, ମହୁ ଚାଷ, ଛତୁ ଚାଷ ଆଦି ପାଇଁ ମଧ୍ଯ ଏହି ସହାୟତା ଦିଆଯାଉଛି।

ଏହି ଅବସରରେ ରାଜ୍ୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ ମୁଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଯୋଗୁ ରାଜ୍ୟରେ ଅନେକ କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେଉଛି। ସେଥି ମଧ୍ୟରୁ କାଳିଆ ଯୋଜନା ସ୍ବତନ୍ତ୍ର। ଏହା ଯୋଗୁ ଚାଷୀ ମାନେ ଆଉ ବେସରକାରୀ ଅର୍ଥ ଲଗାଣ କାରି ସଂସ୍ଥା କିମ୍ବା ଗାଁ ସାହୁକାର ଉପରେ ନିର୍ଭର କରୁ ନାହାନ୍ତି। ନିଜ ଉପରେ ଚାଷୀ ମାନଙ୍କ ଆସ୍ଥା ବଢ଼ିଛି। ଗତ ଚାରି ବର୍ଷରେ ରାଜ୍ୟରେ କ୍ରମାଗତ ଭାବେ ରେକର୍ଡ ଉତ୍ପାଦନ ହେଉଛି ବୋଲି ସେ କହିଥିଲେ।

ରାଜ୍ୟ ସରକାର କିଛି ବର୍ଷ ହେବ gender budgeting କରୁଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଯୋଜନାର ଅତି କମରେ ୩୦-୩୫ ପ୍ରତିଶତ ଅର୍ଥ ମହିଳା ମାନଙ୍କ ପାଇଁ ଖର୍ଚ୍ଚ ହେଉଛି।

ଏହି ଅବସରରେ କେତେକ କାଳିଆ ହିତାଧିକାରୀ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ଢେଙ୍କାନାଳ IGIT ସରାଙ୍ଗରେ ପଢୁଥିବା ଛାତ୍ରୀ ରାଣୀ ସାହୁ କହିଲେ ଯେ କାଳିଆ ଛାତ୍ର ବୃତ୍ତି ଯୋଗୁ ସେ ଆଜି engineering ପଢ଼ି ପାରୁଛନ୍ତି। ନ ହେଲେ ହୁଏତ ତାଙ୍କ ସ୍ବପ୍ନ ପୁରଣ ହୋଇ ପାରି ନ ଥାନ୍ତା। ତାଙ୍କ ବାପାଙ୍କୁ କରଜ କରିବାକୁ ପଡ଼ି ଥାନ୍ତା। ତେଣୁ ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ସେହିପରି ବଲାଙ୍ଗୀରର ଚାଷୀ ବିନୋଦ ପ୍ରଧାନ, ନବରଙ୍ଗପୁରର ଲଛମା ଭତରା ଓ ବାଲେଶ୍ଵରର ଚାଷୀ ଗିରିଧାରୀ ଗିରି ପ୍ରମୁଖ କାଳିଆ ସହାୟତା ପାଇଁ ସେମାନଙ୍କ ହୃଦୟରୁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଇଥିଲେ। କାଳିଆ ଯୋଗୁ ସେମାନଙ୍କୁ ଋଣ କରିବାକୁ ପଡୁ ନାହିଁ। ସେମାନେ ସମସ୍ତେ ଈଶ୍ବରଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଥଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ( 5T) ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସମବାୟ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଭିନ୍ନ ଜିଲ୍ଲାରେ ଅଧିକାରୀ ଓ ହିତାଧିକାରୀ ମାନେ video conference ଜରିଆରେ ଯୋଡ଼ି ହୋଇଥିଲେ।

କାର୍ଯ୍ୟକ୍ରମରେ କୃଷି ଓ କୃଷକ କଲ୍ୟାଣ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ସ୍ଵାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରଥିଲେ।

Leave A Comment

All fields marked with an asterisk (*) are required