Search for:
  • Home/
  • ରାଜ୍ୟ/
  • ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

Spread the love

Loading

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର:ମାନ୍ୟବର ପ୍ରଧାନମନ୍ତ୍ରୀ 24 ସେପ୍ଟେମ୍ବର 2023 ରେ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିବେ।

ପ୍ରଫେସର ଗଣେଶୀ ଲାଲ, ଓଡିଶାର ମାନ୍ୟବର ରାଜ୍ୟପାଳ, ଶ୍ରୀ ନବୀନ ପଟ୍ଟନାୟକ, ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ ଅନ୍ୟ ମାନ୍ୟବର ସାଂସଦ ତଥା ବିଧାୟକଙ୍କ ସହ ଭୁବନେଶ୍ୱର ଠାରେ ଉପସ୍ଥିତ ରହି ଏହି କାର୍ଯ୍ୟକୁ ଅନୁଗୃହୀତ୍ତ କରିବେ।

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀର ପବିତ୍ର ସହର ପ୍ରଭୁ ଜଗନ୍ନାଥଙ୍କ ବାସସ୍ଥାନକୁ ଇସ୍ପାତ ନଗରୀ ରାଉରକେଲା (ଓଡ଼ିଶାର ଇଣ୍ଡଷ୍ଟ୍ରିଆଲ୍ ରାଜଧାନୀ) ସହିତ ସଂଯୋଗ କରିବ ଏବଂ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ଅନଗୁଳ ଠାରେ ଥିବା ଇଣ୍ଡଷ୍ଟ୍ରିଆଲ୍ ଏରିଆ ଏବଂ ଝାରସୁଗୁଡା ସହିତ ସଂଯୋଗ କରିବ। ଏହି ପ୍ରିମିୟମ୍ ସେବା ପୁରୀ-ରାଉରକେଲା ମଧ୍ୟରେ ଦ୍ରୁତତମ ରେଳ ସଂଯୋଗ ପ୍ରଦାନ କରିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ |

ଏହି ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ପର୍ଯ୍ୟନ୍ତ 7 ଘଣ୍ଟା 45 ମିନିଟରେ 505 କିଲୋମିଟର ଦୂରତା ଅତିକ୍ରମ କରିବ | ଟ୍ରେନ୍ ସଂଖ୍ୟା 20836 ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ 05.00 ଘଣ୍ଟାରେ ଯାତ୍ରା ଆରମ୍ଭ କରିବ ଏବଂ ସେହି ଦିନ 12: 45 ରେ ରାଉରକେଲାରେ ପହଞ୍ଚିବ | ପ୍ରତ୍ୟାବର୍ତ୍ତନ ଦିଗରେ, 20835 ରାଉରକେଲା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ 14:10 ଘଣ୍ଟାରେ ରାଉରକେଲା ଛାଡି ସେହି ଦିନ 21.40 ଘଣ୍ଟାରେ ପୁରୀରେ ପହଞ୍ଚିବ | ଏହି ଟ୍ରେନଟି ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନ ମାନଙ୍କରେ ରହିବ।

ଏହି ବନ୍ଦେ ଭାରତ ସେବା ପୁରୀ-ରାଉରକେଲା ମଧ୍ୟରେ ଚାଲୁଥିବା ଅନ୍ୟାନ ଟ୍ରେନ ମାନଙ୍କ ତୁଳନାରେ ହାରାହାରି ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ | ପୁରୀ-ଯୋଗ ନାଗରୀ ଋଷିକେଶ ଏକ୍ସପ୍ରେସ 11.50 ଘଣ୍ଟା ନେଇଥାଏ ଏବଂ ପୁରୀ-ହାଟିଆ ତପସ୍ୱିନି ଏକ୍ସପ୍ରେସ 10.25 ଘଣ୍ଟା ନେଇଥାଏ ଯାହାକି ଏହି ମାର୍ଗରେ ଦ୍ରୁତତମ ଟ୍ରେନ୍ ଅଟେ |

ଏହି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ଯାତ୍ରୀମାନଙ୍କ ଆରାମ ପାଇଁ ଅଧିକ ଉନ୍ନତ ତଥା ଆରାମଦାୟକ ସୁବିଧା ଵିଶେଶ୍ୱତଃ ରହିଛି | ଯାତ୍ରୀମାନଙ୍କଠାରୁ ନିଆଯାଇଥିବା ମତାମତକୁ ଆଧାର କରି ଏହି ଵିଶେଶ୍ୱତଃ ଗୁଡିକ ନୂତନ ଭାବରେ ଏହି ଟ୍ରେନରେ ପ୍ରାବଧାନ କରାଯାଇଛି |

ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକୁ ସଂଯୋଗ କରିବା ସହ ଉପକୂଳ ଏବଂ ପଶ୍ଚିମ ଓଡିଶା ଅଞ୍ଚଳର ଲୋକଙ୍କ ବିଳାସପୂର୍ଣ୍ଣ, ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ | ଏହି ଟ୍ରେନ୍ ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ହ୍ରାସ କରିବାସହ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କୁ ବହୁଳ ଭାବରେ ଉପକୃତ କରିବ |

Leave A Comment

All fields marked with an asterisk (*) are required