ରେସ୍କ୍ୟୁ ଅପରେସନ୍ର ସଫଳତା ନେଇ ଖୁସି ବ୍ୟକ୍ତ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ
ଟନେଲ୍ରୁ ଶ୍ରମିକ ଉଦ୍ଧାର ଘଟଣା: ରେସ୍କ୍ୟୁ ଅପରେସନ୍ର ସଫଳତା ନେଇ ଖୁସି ବ୍ୟକ୍ତ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଉତ୍ତରକାଶୀ: ତ୍ତରକାଶୀ ଟନେଲରୁ ଆଜି ଆସିଛି ବଡ଼ ଖବର । ଦୀର୍ଘ ୧୭ ଦିନ ଧରି ଟନେଲ ଭିତରେ ଫସିକି ରହିବା ପରେ ଆଜି ଟନେଲ ଭିତରୁ ସୁରକ୍ଷିତ ଭାବେ ସମସ୍ତ ୪୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାରକାରୀ ଟିମର ଅକ୍ଳାନ୍ତ ପରିଶ୍ରମ ଓ ଦେଶବାସୀଙ୍କ ପ୍ରାର୍ଥନା ସଫଳ ହୋଇଛି। ସମସ୍ତ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଏହି ୪୧ ଜଣଙ୍କ ମଧ୍ୟରେ ଓଡ଼ିଶାର ୫ ଜଣ ରହିଛନ୍ତି। ତେବେ ରେସ୍କ୍ୟୁ ଅପରେସନରେ ସାମିଲ ଥିବା ସମସ୍ତ କର୍ମଚାରୀଙ୍କୁ ଓ ଉଦ୍ଧାର କରାଯାଇଥିବା ଶ୍ରମିକମାନଙ୍କ ଧୈର୍ଯ୍ୟକୁ ସାରା ଦେଶ ଭୁରିଭୁରି ପ୍ରଶଂସା କରୁଛି।
ଟନେଲ୍ରୁ ଶ୍ରମିକ ଉଦ୍ଧାର ଘଟଣାରେ ଖୁସି ବ୍ୟକ୍ତ କରିଛନ୍ତ ରାଷ୍ଟ୍ରପତି । ଉଦ୍ଧାର କାର୍ଯ୍ୟରେ ସାମିଲ ଟିମ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଉଦ୍ଧାର ହୋଇଥିବା ଶ୍ରମିକମାନଙ୍କ ଧୈର୍ଯ୍ୟ ଓ ସ୍ଥିରତାକୁ ଦେଶ ସାଲ୍ୟୁଟ କରୁଛି ବୋଲି ରାଷ୍ଟ୍ରପତି କହିଛନ୍ତି । ସେହିପରି ରେସ୍କ୍ୟୁ ଅପରେସନ୍ର ସଫଳତା ନେଇ ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ଶ୍ରମିକଙ୍କ ଉଦ୍ଧାର ସମସ୍ତଙ୍କୁ ଭାବବିହ୍ବଳ କଲା ଭଳି ସମୟ। ଫସିଥିବା ଶ୍ରମିକଙ୍କ ସାହସ ଓ ଧୈର୍ଯ୍ୟ ପ୍ରେରଣା ଦାୟକ ।ସାହସ ଓ ସଂକଳ୍ପର ଶକ୍ତି ନୂତନ ଜୀବନ ଦେଇଛି ବୋଲି ପ୍ରଧନାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।