Search for:
  • Home/
  • ରାଜ୍ୟ/
  • ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ।

ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ।

Spread the love

Loading

ଭୁବନେଶ୍ବରରେ ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ବର: ଭୁବନେଶ୍ୱର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ସକାଳୁ ସକାଳୁ ଲାଗିଛି ନିଆଁ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କେହି ଆହତ ହୋଇନଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ପଟିଆ ଛକ ନିକଟରେ ଥିବା ଲକି ଇଣ୍ଡିଆ ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ନିଆଁ ଲାଗିଛି। ଉକ୍ତ ଫ୍ଲାଟଟି ଦୀର୍ଘ ଦିନ ତାଲା ପଡ଼ିଥିବାରୁ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଲାଗିଥିବା ଅନୁମାନ କରାଯାଉଛି।୭ଟି

ଦମକଳବାହିନୀର ଗାଡ଼ି ସହାୟତାରେ ନିଆଁକୁ ଆୟତ୍ତ କରାଯାଇଥିଲା। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି । ତେବେ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

Leave A Comment

All fields marked with an asterisk (*) are required