Search for:
  • Home/
  • ରାଜ୍ୟ/
  • ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

Spread the love

Loading

ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର-ତା.୨୪.୦୧.୨୦୨୪-ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ମ୍ୟୁଜିୟମ ଛକରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଡ. ଲେନିନ ମହାନ୍ତି, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବିପ୍ଲବୀ ମାନଙ୍କ ସ୍ମୃତି ଚାରଣ କରିଥିଲେ ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Comment

All fields marked with an asterisk (*) are required