ଡିଭାଇଡର ଭାଙ୍ଗି ବସ୍କୁ ପିଟିଲା କାର୍ ।
ଭୁବନେଶ୍ୱର:ରାଜଧାନୀରେ ପୁଣି ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡର ଭାଙ୍ଗି ବସ୍କୁ ପିଟିଲା କାର୍ । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଚନ୍ଦ୍ରଶେଖରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି ।ଖବର ଅନୁଯାୟୀ, ରବିବାର ଭୋର ସମୟରେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ମେଲଣ ପଡିଆ ସମ୍ମୁଖରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ପଟିଆରୁ ଡମଣା ରାସ୍ତାରେ ଦ୍ରୁତ ଗତିରେ ଏକ କାର୍ ଯାଉଥିବା ବେଳେ ହଠାତ୍ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା । ଏହାପରେ ଏକ ଯାତ୍ରୀବାହୀ ବସ୍ ସହିତ ଧକ୍କା ହୋଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ଏହାପରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ମେଡିକାଲର ଭର୍ତ୍ତି କରିଛନ୍ତି । ଏବେ ଯାଏଁ କାହାର ପରିଚୟ ମିଳିପାରିନାହିଁ । ଚନ୍ଦ୍ରଶେଖପୁର ପୋଲିସ ଘଟଣାସ୍ଥଳରେ ଥିବା ଦୁର୍ଘଟଣାଗ୍ରସ୍ଥ ଗାଡିକୁ ଜବତ କରିଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ ଜାରି ରଖିଛି ।