ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ସାମ୍ବାଦିକମାନଙ୍କ ଧାରଣା
ଭୁବନେଶ୍ୱର: ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ସାମ୍ବାଦିକମାନଙ୍କ ଧାରଣା. ସାମ୍ବାଦିକମାନଙ୍କ କଣ୍ଠରୋଧ କରିଛନ୍ତି ବାଚସ୍ପତି. ମୋବାଇଲ ଫୋନ ବ୍ୟାନ କରି ସାମ୍ବାଦିକଙ୍କ ଖବର ସଂଗ୍ରହ ଓ ପ୍ରସାର କ୍ଷମତା କ୍ଷୁର୍ଣ୍ଣ କରିବାକୁ ଷଡଯନ୍ତ୍ର ବିରୋଧରେ ଗୃହରୁ ଖବର ସଂଗ୍ରହ ବଏକଟ କରି ପ୍ରତିବାଦ କରୁଛନ୍ତି ସାମ୍ବାଦିକ… ନିଲମ୍ବନ ନ ହଟିଲା ପର୍ଯ୍ୟନ୍ତ ବିଧାନସଭାକୁ ବୟକଟ କଲା କଂଗ୍ରେସ। ୭ ଦିନ ପାଇଁ ନିଲମ୍ବନ କରିଛନ୍ତି ବାଚସ୍ପତି। ନ୍ୟାୟ ପାଇଁ ଗାନ୍ଧୀ ମୂର୍ତ୍ତୀ ଶାନ୍ତି ପୂର୍ଣ୍ଣ ଭାବରେ ବସିବେ ବିଧାୟକ। ତାର ବାହିନୀପତିଙ୍କ ବିସ୍ଫୋରକ ବୟାନ ମତେ ଜୀବନରୁ ମାରିଦେବାକୁ ଚେଷ୍ଟା କରିଥିଲେ। ଗୃହରେ ଯାହା ଘଟିଲା ଏହା ହେଉଛି ବିଜେପିର ଗଣତନ୍ତ୍ର ଓ ଓଡ଼ିଆ ଅସ୍ମିତା। ପବିତ୍ର ଗୃହରେ ମା ମାଉସୀ ନେଇ ଗାଳି କରିବା ଏହା ହେଉଛି ବିଜେପିର ଆଚାର ଉଚ୍ଚାରଣ। ଅନେକ ସମୟରେ ମୁଁ ଗୃହରେ ଅନେକ ପ୍ରଶ୍ନ ପଚାରିଥିଲି ତାଙ୍କୁ ବାଣ ଭଳିଆ ଭେଦିଥିଲା। ଜୟ ନାରାୟଣ ମିଶ୍ରଙ୍କୁ ମୁଁ ଉଚିତ୍ ଜବାବ ଦେଇ ପାରିଥାନ୍ତି କିନ୍ତୁ ଗଣତନ୍ତ୍ର ମନ୍ଦିରରେ କଂଗ୍ରେସ ଭୁଲି ନାହିଁ ଶାଳୀନତା।