Search for:
  • Home/
  • ରାଜ୍ୟ/
  • ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

Spread the love

Loading

 

ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ଟ୍ରେନ

ନୂତନ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ

ଭୁବନେଶ୍ୱର 10 ସେପ୍ଟେମ୍ବର 2024ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ 15 ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମ ରେ ଅନୁରୋଧ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ଚଳିତ ମାସ 15 ତାରିଖରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ଦ୍ୱାରା ଦେଶରେ 10ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ 3ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ଓଡିଶା ମଧ୍ୟରେ 3 ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ 3 ଟି ଟ୍ରେନ ମିଶିଲେ ସମୁଦାୟ 6ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ 10,586 କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ 54,434 କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି । ଏଥିରୁ, ଓଡିଶାର ରେଳ ଭିତ୍ତିଭୂମି ଓ ଗମନାଗମନ ବ୍ୟବସ୍ଥାର ଉନ୍ନତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତରିକ ସମର୍ଥନ ସ୍ପଷ୍ଟ ଅନୁମେୟ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।

Leave A Comment

All fields marked with an asterisk (*) are required