Search for:
  • Home/
  • ବିଜେଡି/
  • ବିଜେଡ଼ିରେ ଯୋଗଦେଲେ ଫିଲ୍ମ ଅଭିନେତ୍ରୀ ସ୍ୱପ୍ନା ପତି

ବିଜେଡ଼ିରେ ଯୋଗଦେଲେ ଫିଲ୍ମ ଅଭିନେତ୍ରୀ ସ୍ୱପ୍ନା ପତି

Spread the love

Loading

ବିଜେଡିର ମିଶ୍ରଣ ପର୍ବ
ବିଜେଡ଼ିରେ ଯୋଗଦେଲେ ଫିଲ୍ମ ଅଭିନେତ୍ରୀ ସ୍ୱପ୍ନା ପତି
ଭୁବନେଶ୍ୱର, ୨୨/୦୫/୨୦୨୪: ବଲିଉଡ ତଥା ଓଡିଶାର ପ୍ରତିଷ୍ଠିତ ଫିଲ୍ମ ଅଭିନେତ୍ରୀ ଓ ମଡେଲ ସ୍ୱପ୍ନା ପତି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସ୍ୱପ୍ନା ପତିଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ସ୍ୱପ୍ନା ପତିଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସ୍ୱପ୍ନା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।
ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Comment

All fields marked with an asterisk (*) are required