Search for:
  • Home/
  • ମହାନଗର/
  • ରବିବାର ସନ୍ଧ୍ୟାରୁ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ କାଉଡ଼ିଆଙ୍କ ଭିଡ଼

ରବିବାର ସନ୍ଧ୍ୟାରୁ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ କାଉଡ଼ିଆଙ୍କ ଭିଡ଼

Spread the love

Loading

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ଚଳଚଞ୍ଚଳ ଲିଙ୍ଗରାଜଙ୍କ ପୀଠ

ଭୁବନେଶ୍ୱର : ୧୦.୦୭ ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଥିପାଇଁ ରବିବାର ସନ୍ଧ୍ୟାରୁ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ କାଉଡ଼ିଆଙ୍କ ଭିଡ଼ ଜମିବାରେ ଲାଗିଛି। ତେଣୁ ଏକାମ୍ର କ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଛି। ବିଭିନ୍ନ ନଦୀ ଘାଟରୁ ପାଣି ଉଠାଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ରକୁ ଛୁଟି ଆସିଛନ୍ତି।ସମାଜ ସେବୀ ମାନି ପଣ୍ଡା କହିଲେ ଏକାମ୍ର କ୍ଷେତ୍ର ରେ ମହିଳା ଙ୍କୁ ସୁରକ୍ଷା ନାହିଁ ।ମହାନଦୀର କଟକ ଗଡ଼ଗଡ଼ିଆ ଘାଟ ସମେତ ଅନ୍ୟ ନଦୀ ଘାଟରୁ ଜଳଭାର ନେଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ର‌ରେ ପହଞ୍ଚିଛନ୍ତି।ମନସ୍କାମନା ପୂରଣ ଲାଗି ଜଳାଭିଷେକ କରୁଛନ୍ତି ଶ୍ରଦ୍ଧାଳୁ । ଚଳିତବର୍ଷ ଯୋଡ଼ା ଶ୍ରାବଣ ପଡୁଥିବାବେଳେ ଜୁଲାଇ ମାସରେ ଆଜି ଓ ୧୭ ତାରିଖ ଦିନ ଜଳଲାଗି କରାଯିବ । ସେହିପରି ଅଗଷ୍ଟ ମାସର ଶେଷକୁ ଦୁଇଟି ସୋମବାର ୨୧ ତାରିଖ ଓ ୨୮ ତାରିଖ ଦିନ ମଧ୍ୟ ଜଳଲାଗିର ବ୍ୟବସ୍ଥା ରହିଛି । କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ରାଜଧାନୀରେ କାଉଡ଼ିଆ ଯିବା ଆସିବା ବାଟରେ ୧୨ ଟି ମୋବାଇଲ ପେଟ୍ରୋଲିଂ ଟିମ, ୧୩ ଟି ପିସିଆର ରହିଛି । ଛକ ମାନଙ୍କରେ ଫାଷ୍ଟ ଏଡ ଓ ମୋବାଇଲ ମେଡିକାଲ ୟୁନିଟ ରଖାଯାଇଛି । ଜଳ ଉଠାଇବା ସ୍ଥାନ ବା ବିଭିନ୍ନ ନଦୀ ପଠାରେ ଓଡ୍ରାଫ ଓ ଫାୟାର ଫାଇଟିଂ ୟୁନିଟ ନିୟୋଜିତ ହୋଇଛନ୍ତି । ସମସ୍ତ ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ଜଣେ ଅତିରିକ୍ତ ଡିସିପିଙ୍କ ଅଧୀନରେ ପାଞ୍ଚ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।

Leave A Comment

All fields marked with an asterisk (*) are required