Search for:
  • Home/
  • ରାଜ୍ୟ/
  • ଓଡିଶା କୃଷି ଶିଳ୍ପ ନିଗମ ଲିମିଟେଡ ଓ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ଓଡିଶା କୃଷି ଶିଳ୍ପ ନିଗମ ଲିମିଟେଡ ଓ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

Spread the love

Loading

ଓଡିଶା କୃଷି ଶିଳ୍ପ ନିଗମ ଲିମିଟେଡ ଓ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ଭୁବନେଶ୍ବର : ସମବାୟ ବିଭାଗ ଅଧୀନସ୍ଥ ରାଜ୍ୟ ସମବାୟ ବ୍ୟାଙ୍କ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡିଶା କୃଷି ଶିଳ୍ପ ନିଗମ ଲିମିଟେଡ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ଠାରେ ଏହି ଲାଭାଂଶ ଚେକ୍‌ ଗ୍ରହଣ କରିଥିଲେ ।
ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ୨୦୨୧-୨୨ ଓ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୯ କୋଟି ୭୫ ଲକ୍ଷ ୨୪ ହଜାର ଟଙ୍କାର ଏକ ଚେକ୍‌ ଲାଭାଂଶ ବାବଦରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ସମବାୟ ବିଭାଗର କମିଶନର-ତଥା-ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଓ ରାଜ୍ୟ ସମବାୟ ବ୍ୟାଙ୍କର ସଭାପତି ଟି. ପ୍ରସାଦ ରାଓ ଦୋରା ଉପସ୍ଥିତ ଥିଲେ ।
ସେହିପରି ଓଡିଶା କୃଷି ଶିଳ୍ପ ନିଗମ ପକ୍ଷରୁ ୨୦୨୦-୨୧ ଏବଂ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସମୁଦାୟ ୫ କୋଟି ୬୨ ଲକ୍ଷ ୫୩ ହଜାର ୭୯୪ ଟଙ୍କା ପ୍ରଦାନ କରାଯାଇଥିଲା । ସୂଚନାଯୋଗ୍ୟ ଯେ ଓଡିଶା କୃଷି ଶିଳ୍ପ ନିଗମ ୨୦୧୫-୧୬ ବର୍ଷ ଠାରୁ ରାଜ୍ୟ ସରକାରଙ୍କୁ ତାର ଲାଭାଂଶ ପ୍ରଦାନ କରିଆସୁଛି। କୃଷି ନିର୍ଦ୍ଦେଶକ ତଥା ନିଗମର ପରିଚାଳନା ନିର୍ଦ୍ଦେଶକ ପ୍ରେମଚାନ୍ଦ ଚୌଧୁରୀ ଏହି ଚେକ୍‌ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ।

Leave A Comment

All fields marked with an asterisk (*) are required