Search for:
  • Home/
  • ରାଜ୍ୟ/
  • ରାଜ୍ୟ କ୍ୟାବିନେଟରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର, ଏଣିକି ପ୍ରତି ପଞ୍ଚାୟତକୁ ମିଳିବ

ରାଜ୍ୟ କ୍ୟାବିନେଟରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର, ଏଣିକି ପ୍ରତି ପଞ୍ଚାୟତକୁ ମିଳିବ

Spread the love

Loading

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ପାଇଁ ମାଗଣା ଜମି ପ୍ରଦାନକୁ ଅନୁମୋଦନ।

ଭୁବନେଶ୍ୱର:୧୦.୦୭ ରାଜ୍ୟ କ୍ୟାବିନେଟରେ ୯ଟି ପ୍ରସ୍ତବ  ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୯ ଟି ପ୍ରସ୍ତାବ ଉପରେ ଲାଗିଛି ମୋହର । ଆରମ୍ଭ ହେଲା ପଞ୍ଚାୟତିରାଜ ବିଭାଗର ନୂଆ ଯୋଜନା ଆମ ଓଡ଼ିଶା, ନବୀନ ଓଡ଼ିଶା। ଏହି ପ୍ରସ୍ତାବରେ କ୍ୟାବିନେଟରେ ମୋହର ମରାଯାଇଛି । ନୂଆ ଯୋଜନା ଅନୁସାରେ ପ୍ରତି ପଞ୍ଚାୟତକୁ ମିଳିବ ସ୍ବତନ୍ତ୍ର ଅନୁଦାନ । ଯୋଜନା କାର୍ଯ୍ୟକାରିତା ପାଇଁ ଗାଇଡଲାଇନକୁ ମଞ୍ଜୁରୀ ମିଳିଛି ।ସେପଟେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ପାଇଁ ମାଗଣା ଜମି ପ୍ରଦାନକୁ ଅନୁମୋଦନ ମିଳିଛି । ବିଶ୍ବବିଦ୍ୟାଳୟକୁ ମିଳିବ ୮ ଦଶମିକ ୬୯୩ ଏକର ଜମି । ଲମତାପୁଟ ଡିଗ୍ରୀ କଲେଜକୁ ମିଳିବ ୫ଏକର ଜମି । ଏଥିପାଇଁ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ସେହିପରି ଅଷ୍ଟମ ଅନୁଚ୍ଛେଦରେ କୁଇ ଭାଷାକୁ ସାମିଲ କରିବା ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ଏଥିପାଇଁ କେନ୍ଦ୍ରକୁ ଚିଠି ଲେଖିବ ରାଜ୍ୟ । ଏହା କୁଇ ଭାଷା ସଂରକ୍ଷଣ, ବିକାଶ ଓ ପ୍ରସାରଣ ସହ ଗବେଷଣା ଓ ଅଧ୍ୟୟନ ନିମନ୍ତେ ବ୍ୟାପକ କ୍ଷେତ୍ର ପ୍ରସ୍ତୁତି ହେବ । ଏହି ନିଷ୍ପତ୍ତିରେ ୭ ଲକ୍ଷରୁ ଅଧିକ କୁଇ ଭାଷାଭାଷୀ ଜନଜାତି ଉପକୃତ ହେବେ ।

Leave A Comment

All fields marked with an asterisk (*) are required