Search for:
  • Home/
  • ରାଜ୍ୟ/
  • ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ପାରାଦୀପ ବୋଇତବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ପାରାଦୀପ ବୋଇତବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ

Spread the love

Loading

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ପାରାଦୀପ ବୋଇତବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ବର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ। ନିର୍ଦ୍ଧାରିତ ସମୟର ୨୦ ମିନିଟ୍ ର୍ପୂବରୁ ବିମାନ ବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି। ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ। ବିମାନ ବନ୍ଦରରୁ ରାଷ୍ଟ୍ରପତି ସିଧା ରାଜଭବନ ଅଭିମୁଖେ ଯାଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଭବନରେ ରାତ୍ରୀଯାପନ କରିବେ।ଆଜି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ଭୁବନେଶ୍ବର ଫେରି ରାଜଭବନରେ କିଛି ସମୟ ବିଶ୍ରାମ ପରେ ପୁଣି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି। ତେବେ ମହାମହିମଙ୍କ ଗସ୍ତ ପାଇଁ ୧୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ଏଥିସହିତ ଡିସିପି ଓ ଅତିରିକ୍ତ ଡିସିପି ୫ଜଣ, ୧୧ଜଣ ଏସିପି, ୧୮ଜଣ ଇନ୍ସପେକ୍ଟର, ୭୧ଜଣ ଏସ୍‌‌ଆଇ/ଏଏସ୍‌‌ଆଇ, ହାବିଲଦାର ଓ କନଷ୍ଟେବଳ ମିଶାଇ ୧୪୭ଜଣ, ଦୁଇ ୟୁନିଟ୍‌‌ ଏସ୍‌‌ଟିୟୁ, ୫୬ଜଣ ଗୃହରକ୍ଷୀ ଓ ୨୦ ଜଣ ମହିଳା କନଷ୍ଟେବଳଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଛି।

Leave A Comment

All fields marked with an asterisk (*) are required