Search for:
  • Home/
  • ରାଜ୍ୟ/
  • 5T ଅଧ୍ୟକ୍ଷ ଶ୍ରୀ ପଣ୍ଡିଆନଙ୍କ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ ଭୋର ୫ ଟାରୁ ୭ଟା ପର୍ଯ୍ୟନ୍ତ ସମୀକ୍ଷା

5T ଅଧ୍ୟକ୍ଷ ଶ୍ରୀ ପଣ୍ଡିଆନଙ୍କ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ ଭୋର ୫ ଟାରୁ ୭ଟା ପର୍ଯ୍ୟନ୍ତ ସମୀକ୍ଷା

Spread the love

Loading

 

5T ଅଧ୍ୟକ୍ଷ ଶ୍ରୀ ପଣ୍ଡିଆନଙ୍କ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ

ଭୋର ୫ ଟାରୁ ୭ଟା ପର୍ଯ୍ୟନ୍ତ ସମୀକ୍ଷା

ପରିକ୍ରମା ପ୍ରକଳ୍ପ,
ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ ପାଇଁ ନିର୍ଦ୍ଦେଶ

ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ପାଇଁ ସୁବ୍ୟବସ୍ଥିତ ଦର୍ଶନ ବ୍ୟବସ୍ଥା, ଦକ୍ଷ ଭିଡ଼ ପରିଚାଳନା ବ୍ୟବସ୍ଥା ପାଇଁ ପରାମର୍ଶ

ଭୁବନେଶ୍ଵର ୨୭ ନଭେମ୍ବର ୨୦୨୩

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।ଆଜି ପ୍ରତ୍ୟୁଷ ୫ ଟା ଠାରୁ ୭ ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ଆବଶ୍ୟକ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ସମ୍ପର୍କରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ଉପସ୍ଥାପନା ରଖା ଯାଇଥିଲା। ଭିଡ଼ ପରିଚାଳନାକୁ ଦକ୍ଷ କରିବା, ଭକ୍ତ ମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥାକୁ ସହଜ କରିବା ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ଵ ଆରୋପ କରିଥିଲେ।

ଏହା ସହିତ ପରିକ୍ରମା ପ୍ରକଳ୍ପ ଠିକ୍ ସମୟରେ ଶେଷ କରିବା ପାଇଁ ସେ ଗୁରୁତ୍ଵ ଦେଇ କେତେକ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ ।

ମଠ ପୁନ ନିର୍ମାଣ ପାଇଁ ଅଧିକ ସଂଖ୍ୟକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ .

ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ

ପରିକ୍ରମା ପ୍ରକଳ୍ପ ର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଦିଗରେ ହୋଇଥିବା landscaping କାମ ପ୍ରଦର୍ଶନ କରି ଏହାକୁ ତ୍ବରାନ୍ବିତ କରିବାକୁ ପରାମର୍ଶ ଦେଇଥିଲେ।

ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ସବୁ ଇଲେକ୍ଟ୍ରିକାଲ କାମକୁ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ । ସେଠାରେ ଥିବା ବିଭିନ୍ନ ପୋଲ୍, ତାର ଓ ଅନ୍ୟାନ୍ୟ ସେବା ବ୍ୟବସ୍ଥାକୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀ ମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିର ରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତା କୁ ଅବରୋଧ ମୁକ୍ତ ରଖିବା ପାଇଁ ବଡ଼ ଦାଣ୍ଡ ଓ overhead tank ନିକଟରେ ଥିବା ଅନାବଶ୍ୟକ ନିର୍ମାଣକୁ ଦୂର କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

Effluent treatment plant, ପରିମଳ ବ୍ୟବସ୍ଥାର ଉନ୍ନତି କାମ ଠିକ୍ ସମୟରେ ସରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ।

ଏହି ପରିଦର୍ଶନ ସମୟରେ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ, IG ,SP OBCC MD ଏବଂ ବିଭିନ୍ନ executing agency ର ଅଧିକାରୀ ମାନେ ଉପସ୍ଥିତ ଥିଲେ.

Leave A Comment

All fields marked with an asterisk (*) are required