Search for:
  • Home/
  • ଜିଲ୍ଲା/
  • ରାଜ୍ୟ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡିଂର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ.

ରାଜ୍ୟ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡିଂର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ.

Spread the love

Loading

 

 

ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ରାଜ୍ୟ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡିଂର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ.

ଭୁବନେଶ୍ବର ୦୩.୦୭ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି l
ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ l ପୂର୍ବରୁ ଏହିପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ ଓ ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନଥିଲା l

ଏହି ଛାତ୍ରଛାତ୍ରୀଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇ .ଟି ଓ ଆଇ .ଟି . ସମ୍ବଳିତ ସେବା ବଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି l ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇ .ଟି . ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳରେ ବିଜ୍ଞାନ ବିଷୟ ସହିତ ଆଇ.ଟି . ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି lଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡ଼ିଓ ଷ୍ଟୁଡିଓ ଓ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭରଚୁଆଲ ଷ୍ଟୁଡିଓ କୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ l
ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ , ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ , ବିଭିନ୍ନ ପ୍ରକାର ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଥିଲେ l
ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା , ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରଯାଇଛି ଓ ଏଥି ସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି l
ଏହି ଦୁଇ ବିଦ୍ୟାଳୟର ଶିକ୍ଷକ -ଛାତ୍ର ଅନୁପାତ ପ୍ରତି ଦଶ ଜଣ ଛାତ୍ର ପାଇଁ ଜଣେ ଶିକ୍ଷକ ଥିବାବେଳେ ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତ ବର୍ଷ 10 ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତି ବାଧିତ ବିଦ୍ୟାଳୟରୁ 14 ଜଣ ଛାତ୍ର ଛାତ୍ରୀ ମ୍ୟାଟ୍ରିକ ପରୀକ୍ଷାରେ ଉତ୍ତୀନ୍ନ ହୋଇଛନ୍ତି l ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମ ଲେଖାର ବ୍ୟବସ୍ଥା କରାଯାଇଛି l
5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଦୁଇ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ , ଇ -ପାଠାଗାର , ବିଜ୍ଞାନାଗାର , ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି l ଆଜି ଦୁଇ ବିଦ୍ୟାଳୟରେ ସରକାର ଉଚ୍ଚ ମାଧ୍ୟମିକ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ସ୍ରୁଷ୍ଟି କରିଛି lପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ lଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ

5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶ୍ରୀମତୀ ଅଶ୍ୱଥି ଏସ , ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର ଆୟାର , ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା , ଜିଲ୍ଲାପାଳ ଖୋର୍ଦ୍ଧା ଶ୍ରୀ କେ . ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ .ପରେ ମୁଖ୍ୟମନ୍ତ୍ରୀ ରାଜ୍ଯ ପଣ୍ୟାଗାର ନିଗମ ର କର୍ପୋରେଟ ବିଲଡ଼ିଂ ର ଶିଳାନ୍ୟାସ କରିଥିଲେଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ,ବିଧାୟକ ଶ୍ରୀ ଅନନ୍ତ ଜେନା ,ରାଜ୍ଯ ପଣ୍ୟାଗାର ନିଗମ ର ଅଧ୍ୟକ୍ଷ ପ୍ରମୂଖ ଉପସ୍ଥିତ ଥିଲେ

Leave A Comment

All fields marked with an asterisk (*) are required