ଯାଜପୁର ଜିଲ୍ଲାରେ ଅତିରିକ୍ତ ଏକ କମ୍ପାନୀ ସିଏପିଏଫ୍ ମୁତୟନ
ଭୁବନେଶ୍ୱର:ଏକକାଳୀନ ସାଧାରଣ ନିର୍ବାଚନ -୨୦୨୪ର ସପ୍ତମ ପର୍ଯ୍ୟାୟ ତଥା ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଯାଜପୁର ଜିଲ୍ଲାରେ ଅତିରିକ୍ତ ଏକ କମ୍ପାନୀ ସିଏପିଏଫ୍ ମୁତୟନ କରାଯିବ l ଏହା ପୂର୍ବରୁ ଯାଜପୁର ଜିଲ୍ଲାରେ ୨୦ କମ୍ପାନୀ ସିଏପିଏଫ୍ ମୁତୟନ ପାଇଁ ନିଷ୍ପତ୍ତି ହୋଇଥିଲା l ବର୍ତ୍ତମାନର ଅତିରିକ୍ତ ଏକ କମ୍ପାନୀ ସିଏପିଏଫ୍ ମୁତୟନ ପରେ ଜିଲ୍ଲାରେ ମୋଟ ୨୧ କମ୍ପାନୀ ସିଏପିଏଫ୍ ମୁତୟନ ହୋଇ ରହିବେ l ଏହା ସହ ସାମଗ୍ରିକ ଭାବରେ ଏହି ପର୍ଯ୍ୟାୟ ପାଇଁ ମୁତୟନ ହୋଇଥିବା ସିଏପିଏଫ୍ କମ୍ପାନୀ ସଂଖ୍ୟା ୧୨୬ କୁ ବୃଦ୍ଧି ପାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି l