Search for:
  • Home/
  • ରାଜ୍ୟ/
  • ଓଡ଼ିଶାର ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ୬ ତାରିଖରେ ଓଡ଼ିଶାକୁ ଆସିବେ

ଓଡ଼ିଶାର ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ୬ ତାରିଖରେ ଓଡ଼ିଶାକୁ ଆସିବେ

Spread the love

Loading

ଓଡ଼ିଶାର ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ୬ ତାରିଖରେ ଓଡ଼ିଶାକୁ ଆସିବେ

ଭୁବନେଶ୍ଵର ତା. ୨୮.୧୨- ଆଜି ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ନାଗପୁର ଠାରେ ଅନୁଷ୍ଠିତ ହେଉଥ‌ିବା ୧୩୯ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ କ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ ଯୋଗଦେଇଛନ୍ତି । ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅତ୍କଳ ଭାରତ କଂଗ୍ରେସ କମିଟିର ନବନିଯୁକ୍ତ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାରଙ୍କୁ ସାକ୍ଷାତ କରି ତାଙ୍କର ଓଡ଼ିଶା ଗସ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି । ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି ଯେ ନୂତନ ପ୍ରଭାରୀ ଡ. ଅଜୟ କୁମାର ଆସନ୍ତା ଜାନୁଆରୀ ୬ ତାରିଖ ଦିନ ଓଡ଼ିଶାଗସ୍ତରେ ଆସିବେ । ପ୍ରଦେଶ କଂଗ୍ରେସ ପକ୍ଷରୁ ଅଜୟ କୁମାରଙ୍କୁ ସମ୍ବଦ୍ଧନା ଦିଆଯିବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତି ରେ ପ୍ରକାଶ କରିଛନ୍ତି।

Leave A Comment

All fields marked with an asterisk (*) are required