Search for:
  • Home/
  • ରାଜ୍ୟ/
  • ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକ ମାନଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକ ମାନଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Spread the love

Loading

ପ୍ରକୃତି ଓ ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ଉଦ୍ଦେଶ୍ୟରେ କେନ୍ଦ୍ରମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

ଅଗଷ୍ଟ ୧୫ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକ ମାନଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

• ଭବିଷ୍ୟତ ପିଢ଼ି ପାଇଁ ପରିବେଶର ସୁରକ୍ଷା କରିବା, ଆମର ଏକ ଗୁରୁ ଦାୟିତ୍ୱ
• ପରିବେଶର ସୁରକ୍ଷା ନାଗରିକ ମାନଙ୍କ ସାମୂହିକ ଏକତା ଓ ଇଚ୍ଛାଶକ୍ତି ଦ୍ୱାରା ସମ୍ଭବ
• ଆମର ଧରାପୃଷ୍ଠକୁ ସୁସ୍ଥ ରଖିବା ପାଇଁ ସମସ୍ତେ ବ୍ୟକ୍ତିଗତ ସ୍ତରରେ ଯୋଗଦାନ କରିବା
• ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ‘ମିଶନ ଲାଇଫ୍’ ଆଧାରରେ ସମସ୍ତେ ମିଳିତ ଭାବରେ ପରିବେଶର ସୁରକ୍ଷା ଓ ସଂରକ୍ଷଣ କରିବା ପାଇଁ ପଦକ୍ଷେପ ନେବା
• ବୃକ୍ଷରୋପଣକୁ ନିଜ ଭିତରେ ସୀମିତ ରଖିବା ନାହିଁ, ଏକ ଜନଆନ୍ଦୋଳନରେ ପରିଣତ କରିବା
• ସିଓପି୨୮ ଶିଖର ସମ୍ମିଳନୀକୁ ଦୃଷ୍ଟିରେ ରଖି ସମସ୍ତେ ଏକାଠି ହେବା ଓ ଏକ ସବୁଜ ଏବଂ ସ୍ଥାୟୀ ବିଶ୍ୱର ସ୍ୱପ୍ନକୁ ବାସ୍ତବରେ ସାକାର କରିବା

ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁଲାଇ ୨୧ –  ପ୍ରକୃତି ତଥା ପରିବେଶର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ଆସନ୍ତା ଅଗଷ୍ଟ ୧୫ ତାରିଖ ସୁଦ୍ଧା ୧ କୋଟି ଗଛ ଲଗାଇବା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକ ମାନଙ୍କୁ ସଂକଳ୍ପ ନେବାକୁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ପ୍ରକୃତି ଆମକୁ ଅନେକ କିଛି ଦେଇଛି ଏବଂ ଏଥିପାଇଁ ମୁଁ ପ୍ରକୃତି ମାତାଙ୍କ ପାଖରେ ସବୁବେଳେ କୃତଜ୍ଞ ।  ବର୍ତ୍ତମାନ ସମୟରେ ଭବିଷ୍ୟତ ପିଢ଼ି ପାଇଁ ଆମ ପରିବେଶର ସୁରକ୍ଷା କରିବା, ଆମର ଏକ ଗୁରୁ ଦାୟିତ୍ୱ ହୋଇପଡିଛି । ମିଳିତ ଜାତିସଂଘ ପରିବେଶ କାର୍ଯ୍ୟକ୍ରମ ଅନୁସାରେ, ଜଳବାୟୁର ପରିବର୍ତ୍ତନ ଏବଂ ପ୍ରାକୃତିକ ସମ୍ପଦର ଅତ୍ୟଧିକ ଶୋଷଣ କେବଳ ବୈଷୟିକ ପଦ୍ଧତି ଦ୍ୱାରା ସମାଧାନ ହୋଇପାରିବ ନାହିଁ । ଏହାର ନିରାକରଣ ନାଗରିକ ମାନଙ୍କ ସାମୂହିକ ଏକତା ଓ ଇଚ୍ଛାଶକ୍ତି ଦ୍ୱାରା ସମ୍ଭବ ।

ଆମ ପାଖରେ ପ୍ରକୃତି ଅଛି ଏବଂ ପରିବେଶକୁ ପୁନରୁଦ୍ଧାର କରିବାର ଅପାର ଶକ୍ତି ମଧ୍ୟ ଅଛି । ଆମର ଧରାପୃଷ୍ଠକୁ ସୁସ୍ଥ ରଖିବା ପାଇଁ ସମସ୍ତେ ନିଜେ ବ୍ୟକ୍ତିଗତ ସ୍ତରରେ ଯୋଗଦାନ କରିବା ଜରୁରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ‘ମିଶନ ଲାଇଫ୍’ ଆଧାରରେ ସମସ୍ତେ ମିଳିତ ଭାବରେ ପରିବେଶର ସୁରକ୍ଷା ଓ ସଂରକ୍ଷଣ କରିବା ପାଇଁ ପଦକ୍ଷେପ ନେବା । ଚଳିତ ମୌସୁମୀ ଋତୁରେ ସମସ୍ତେ ୧ କୋଟି ଗଛ ଲଗାଇବାର ସଂକଳ୍ପ ନେବା । ବୃକ୍ଷରୋପଣକୁ କେବଳ ନିଜ ଭିତରେ ସୀମିତ ରଖିବା ନାହିଁ, ଏକ ଜନଆନ୍ଦୋଳନରେ ପରିଣତ କରିବା । ଆଗାମୀ ସିଓପି୨୮ ଶିଖର ସମ୍ମିଳନୀକୁ ଦୃଷ୍ଟିରେ ରଖି ସମସ୍ତେ ଏକାଠି ହେବା ଏବଂ ଏକ ସବୁଜ ଏବଂ ସ୍ଥାୟୀ ବିଶ୍ୱର ସ୍ୱପ୍ନକୁ ବାସ୍ତବରେ ସାକାର କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି ।

Leave A Comment

All fields marked with an asterisk (*) are required