Search for:
  • Home/
  • ରାଜ୍ୟ/
  • ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ ଆସନ୍ତା କାଲି ୨୩ ତାରିଖରେ କେନ୍ଦ୍ର ନେତୃବୃନ୍ଦଙ୍କ ବିଭିନ୍ନ ସ୍ଥାନ ଗସ୍ତ

ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ ଆସନ୍ତା କାଲି ୨୩ ତାରିଖରେ କେନ୍ଦ୍ର ନେତୃବୃନ୍ଦଙ୍କ ବିଭିନ୍ନ ସ୍ଥାନ ଗସ୍ତ

Spread the love

Loading

*ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ ଆସନ୍ତା କାଲି ୨୩ ତାରିଖରେ କେନ୍ଦ୍ର ନେତୃବୃନ୍ଦଙ୍କ ବିଭିନ୍ନ ସ୍ଥାନ ଗସ୍ତ କାର୍ଯ୍ୟକ୍ରମ*

 ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା ୨୩ ତାରିଖ ଦିନ କରଞ୍ଜିଆ,ଧାମନଗରର ଅସୁରାଳି, ବଡଚଣା ଏବଂ ବାଲିକୁଦା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ
 ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୩ ତାରିଖ ଦିନ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁର ଏବଂ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ
 ୨୩ତାରିଖ ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସମ୍ବଲପୁର, ଦେବଗଡ, ଚଂପୁଆ ଏବଂ ବଡମ୍ବାଠାରେ କରିବେ ନିର୍ବାଚନୀ ସଭା
 କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା କାଲି ୨୩ ତାରିଖ ଦିନ ଦେବଗଡଠାରେ ଅନୁଷ୍ଠିତ ରୋଡ ସୋ ରେ ଏବଂ ମଧ୍ୟାହ୍ନ ୧ଟାରେ ରେଙ୍ଗାଲିଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ

ଭୁବନେଶ୍ୱର, ତା.୨୨/୦୫: ନୂତନ ଓଡିଶା ଗଠନ ପାଇଁ ରାଜ୍ୟ ରାଜନୀତିରେ ପରିବର୍ତନ ଆସିବ ଏବଂ ଓଡିଶାରେ ବିଜେପିର ସରକାର ଗଠନ ହେବ । ପ୍ରଥମ ଥର ପାଇଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିବ ଏବଂ ଏହାର ନେତୃତ୍ୱ ନେବେ ଓଡିଆ । ମହାପ୬ଭୁ ଶ୍ରୀ ଜଗନ୍ନାଥଙ୍କ ରତ୍ନଭଣ୍ଡାର ସହିତ ଚାରି ଦ୍ୱାର ଖୋଲାଯିବ । ଓଡିଆ ଅସ୍ମିତାର ସୁରକ୍ଷା ହେବ ଆମର ପ୍ରାଥମିକତା । ରାଜ୍ୟ ବିକାଶରେ ବାଧକ ସାଜିଥିବା ଦୁର୍ନୀତିଖୋର ଓ ଭ୍ରଷ୍ଟାଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଗତ କାଲି ଶେଷ ହୋଇଥିବା ପ୍ରଥମ ଦୁଇଟି ପର୍ଯ୍ୟାୟ ନିର୍ବାଚନରେ ବିଜେପିକୁ ବ୍ୟାପକ ସମର୍ଥନ ମିଳିଛି । ଆସନ୍ତା ୨୫ ତାରିଖ ଏବଂ ଜୁନ ୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ବିଜେପିର ବିପୁଳ ବିଜୟ ହେବ । ଏହି ପରିପ୍ରେକ୍ଷୀରେ ବିଜେପିର ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ।
ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା କାଲି ୨୩ ତାରିଖ ପୂର୍ବାହ୍ନ ୧୧ଟାରେ କରଞ୍ଜିଆ, ମଧ୍ୟାହ୍ଣ ୧୨.୩୦ରେ ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ, ଅପରାହ୍ନ ୨ଟାରେ ବଡଚଣା ଏବଂ ଅପରାହ୍ଣ ୪.୪୫ରେ ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
ଆସନ୍ତା ୨୩ ତାରିଖ ଦିନ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି । ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରଠାରେ ଏବଂ ପୂର୍ବାହ୍ନ ୧୧.୩୦ରେ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।
ଆସନ୍ତା କାଲି ୨୩ତାରିଖ ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ । ଏହାପରେ ସକାଳ ୦୯.୧୫ରେ ସମ୍ବଲପୁରଠାରେ ଥିବା ସ୍ୱର୍ଗତଃ ଲକ୍ଷ୍ମୀନାଥ ବେଜବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ । ଶ୍ରୀ ବିଶ୍ୱଶର୍ମା ଦେବଗଡଠାରେ ପୂର୍ବାହ୍ନ୧୦.୩୦ରେ ‘ରୋଡ୍ ଶୋ’ରେ ଯୋଗ ଦେବେ । ଏହି ଅବସରରେ କେନ୍‌ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ପ୍ରାର୍ଥୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ । ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ଣ ୧.୩୦ରେ ଚଂପୁଆ ନିର୍ବାଚନମଣ୍ଡଳୀର ବଡବିଲ, ଅପରାହ୍ଣ ୩ଟାରେ ଚୌଦ୍ୱାର ଏବଂ ଅପରାହ୍ଣ ୪ଟାରେ ବଡମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ।

Oplus_0

ସେହିପରି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା କାଲି ୨୩ ତାରିଖ ଦିନ ପୂର୍ବାହ୍ନ ୧୦.୩୦ରେ ଦେବଗଡଠାରେ ଅନୁଷ୍ଠିତ ରୋଡ ସୋ ରେ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ସହିତ ଯୋଗ ଦେବେ । ଏହା ପରେ ଶ୍ରୀ ପ୍ରଧାନ ମଧ୍ୟାହ୍ନ ୧ଟାରେ ରେଙ୍ଗାଲିଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ସେହିପରି ବୋଲି ରାଜ୍ୟ ଉପସଭାପତି ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।

Leave A Comment

All fields marked with an asterisk (*) are required