ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ଖୋର୍ଦ୍ଧା ଜିଲ୍ଲାରେ ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ
ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ଖୋର୍ଦ୍ଧା ଜିଲ୍ଲାରେ
ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ
ଖୋର୍ଦ୍ଧା,ତା25.12.2023 ରିଖ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ସହଯୋଗରେ ରାଜ୍ୟରେ ଚିତ୍ରକଳାର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ଵାରା ସଂଗୃହିତ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ ପ୍ରଦର୍ଶନୀର ଉଦଘାଟନୀ ଉତ୍ସବ ଆଜି ତା 25.12.2023 ରିଖରେ ଅନୁଷ୍ଠିତ ହୋଇଯାଇଛି । ପ୍ରଦର୍ଶନୀକୁ ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ ଉଦଘାଟନ କରିଛନ୍ତି । ଓଡ଼ିଶା ଲଳିତ କଳାର ବହୁଳ ପ୍ରଚାର ଓ ପ୍ରସାର ପାଇଁ ତଥା ଶିଳ୍ପୀମାନଙ୍କର କଳାକୃତି ଯେପରି ରାଜ୍ୟର ଜନସାଧାରଣ ଅନ୍ୟ ଶିଳ୍ପୀ ତଥା ଛାତ୍ର/ ଛାତ୍ରୀମାନେ ଦେଖିବାର ସୁଯୋଗ ପାଇ ପାରିବେ ଏବଂ ଓଡ଼ିଶାର ସବୁ ଜିଲ୍ଲାରେ ଚିତ୍ରକଳାର ପ୍ରଚାର ଓ ପ୍ରସାର କିପରି ଅଧିକ ହୋଇପାରିବ ସେଥିପାଇଁ ଏକାଡେମୀ ତରଫରୁ ଏହି ପ୍ରୟାସ କରାଯାଉଛି । ଉକ୍ତ ପ୍ରଦର୍ଶନୀରେ ଓଡ଼ିଶାର ଖ୍ୟାତନାମା ଦିବଙ୍ଗତ ଓ ବରିଷ୍ଠ ଚିତ୍ରଶିଳ୍ପୀ ବିମ୍ବାଧର ବର୍ମା, ବସନ୍ତ ପଣ୍ଡା, ଅନନ୍ତ ପଣ୍ଡା, ଯତୀନ ଦାସ, ଅଜିତ କେଶରୀ ରାୟ, ବିଭୁତି କାନୁନଗୋ ଓ ରବିନାରାୟଣ ନାୟକ ପ୍ରମୁଖଙ୍କ ସହ ବହୁ ଯୁବ ଚିତ୍ରଶିଳ୍ପୀଙ୍କ ମୋଟ ୪୦ ଟି ଚିତ୍ରକଳା ସ୍ଥାନ ପାଇଛି । ଉକ୍ତ ପ୍ରଦର୍ଶନୀ 27ଡିସେମ୍ବର ପର୍ଯ୍ୟନ୍ତ ପ୍ରତ୍ୟେହ ଦିନ ୧୧ ଘଟିକାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ । ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପ୍ରଦର୍ଶନୀ ଅବସରରେ ଜିଲ୍ଲାର ବହୁ ଶିଳ୍ପୀ,କଳାପ୍ରେମୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ।
ସଚିବ ,ଓଡ଼ିଶା ଲଳିତ କଳା ଏକାଡେମୀ ପଞ୍ଚାନନ ସାମଲ/ପୁର୍ବତନ ସଚିବ ,ଓଡ଼ିଶା ଲଳିତ କଳା ଏକାଡେମୀ, ଗଜେନ୍ଦ୍ର ସାହୁ/ଚିତ୍ର ଶିଳ୍ପୀ -ଲଲାଟ କିଶୋର ପ୍ରଧାନ/ଚିତ୍ର ଶିଳ୍ପୀ ଜ୍ଞାନ ରଞ୍ଜନ ଦାଶ/ଚିତ୍ର ଶିଳ୍ପୀ, ବିରଞ୍ଚି ନାରାୟଣ ଚହଟରାୟ ପ୍ରମୁଖ ଉପସ୍ଥିତ ଥିଲେ।