Search for:
  • Home/
  • ରାଜ୍ୟ/
  • ମଧୁବାବୁଙ୍କ ଜନ୍ମପୀଠରେ କାର୍ତ୍ତିକ ପାଣ୍ଡିଆନ ଶ୍ରଦ୍ଧାଞ୍ଜଳି ଦେଲେ ସଂଗ୍ରହଳୟ ପରିଦର୍ଶନ କଲେ

ମଧୁବାବୁଙ୍କ ଜନ୍ମପୀଠରେ କାର୍ତ୍ତିକ ପାଣ୍ଡିଆନ ଶ୍ରଦ୍ଧାଞ୍ଜଳି ଦେଲେ ସଂଗ୍ରହଳୟ ପରିଦର୍ଶନ କଲେ

Spread the love

Loading

ମଧୁବାବୁଙ୍କ ଜନ୍ମପୀଠରେ କାର୍ତ୍ତିକ ପାଣ୍ଡିଆନ

ଶ୍ରଦ୍ଧାଞ୍ଜଳି ଦେଲେ
ସଂଗ୍ରହଳୟ ପରିଦର୍ଶନ କଲେ

ଭୁବନେଶ୍ୱର 28/4/24 ଉତ୍କଗୌରବ ମଧୁସୂଦନ ଦାସ ଙ୍କ ଜନ୍ମ ଦିବସ |
ଏହି ଅବସରରେ 5T ଅଧକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଅପରାହ୍ନରେ ମଧୁବାବୁଙ୍କ ଜନ୍ମପୀଠ କଟକ ଜିଲ୍ଲାର ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ | ଏହାପରେ ସେ ମଧୁବାବୁଙ୍କ ଜନ୍ମପୀଠରେ କରାଯାଇଥିବା
ସଂଗ୍ରହାଳୟ ପରିଦର୍ଶନ କରିଥିଲେ ଏବଂ ଗ୍ରାମବାସୀଙ୍କ ସହ ମଧୁବାବୁଙ୍କ ମହାନତା ବିଷୟରେ ଆଲୋଚନା କରିଥିଲେ | ମଧୁବାବୁଙ୍କ ଜନ୍ମପୀଠର ବିକାଶ କାମ ଏବଂ ସତ୍ୟଭାମାପୁର ଯୁବସମାଜ ପାଇଁ ଏକ ପ୍ରେରଣା ସ୍ଥଳ ପାଲଟିଥିବାରୁ ସେମାନେ ଶ୍ରୀ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ |

ଉଲ୍ଲେଖଯୋଗ୍ୟ ଯେ 5T ଅଧ୍ୟକ୍ଷ ଗତ ବର୍ଷ ସତ୍ୟଭାମାପୁର ଯାଇଥିଲେ ଏବଂ ପରେ ମୁଖ୍ୟମନ୍ତ୍ରୀ 5T ଉପକ୍ରମରେ 23 କୋଟି ଟଙ୍କାର ବ୍ୟୟ ଅଟକଳରେ ମଧୁ ବାବୁ ଜନ୍ମପୀଠ ଓ ସଂଗ୍ରହାଳୟର ବିକାଶ ପ୍ରକଳ୍ପ ମଂଜୁର କରିଥିଲେ | ଓଡ଼ିଆ ଜାତିର ଏହି ମହାନ ଐତିହ ପୀଠ ଆଜି ସମଗ୍ର ଓଡିଶାର ଗୌରବ ପାଲଟିଛି |

Leave A Comment

All fields marked with an asterisk (*) are required