Search for:
  • Home/
  • ରାଜ୍ୟ/
  • ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀଙ୍କୁ ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ସୌଜନ୍ୟ ମୂଳକ ସାକ୍ଷାତ

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀଙ୍କୁ ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ସୌଜନ୍ୟ ମୂଳକ ସାକ୍ଷାତ

Spread the love

Loading

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀଙ୍କୁ ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ସୌଜନ୍ୟ ମୂଳକ ସାକ୍ଷାତ
ଭୁବନେଶ୍ବର ୧୬ /୬ :- ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ ଆଜି ରାଜ୍ୟ ଅତିଥି ଭବନରେ ନବନିଯୁକ୍ତ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି । ପ୍ରମୁଖ ଶାସନ ସଚିବ ଶ୍ରୀ ଲୋହାନୀ ପୁଷ୍ପଗୁଚ୍ଛ ଦେଇ ବିଭାଗୀୟ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବାସହ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରିଥିଲେ । ଓଡ଼ିଶାବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ନୂତନ ସରକାର ସଙ୍କଳ୍ପବଦ୍ଧ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ରାଜ୍ୟ ସରକାରଙ୍କ ଏକ ଗୁରୁତ୍ଵପୂର୍ଣ୍ଣ ବିଭାଗ ଏହି ବିଭାଗର ସମସ୍ତ ଯୋଜନା ଓ କାର୍ଯ୍ୟକ୍ରମ ଜନସାଧାରଣଙ୍କ ନିକଟରେ ପହଞ୍ଚାଇ ଲୋକମାନେ କିପରି ସର୍ବତ୍କୃଷ୍ଟ ସୁଫଳ ପାଇପାରିବେ ସେଥିପାଇଁ ଯତ୍ନବାନ ହେବାକୁ ମନ୍ତ୍ରୀ ଶ୍ରୀ ନାୟକ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ଅଳ୍ପଦିନ ମଧ୍ୟରେ ମନ୍ତ୍ରୀ ଶ୍ରୀ ନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ, ପାନୀୟଜଳ ପ୍ରକଳ୍ପଗୁଡ଼ିକର ସ୍ଥିତି ଓ କାର୍ଯ୍ୟକାରିତା, ଗ୍ରାମୀଣ ଭିତ୍ତିଭୂମି ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହେବ । ମନ୍ତ୍ରୀ ଶ୍ରୀ ନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ ସମୟରେ ବିଭାଗୀୟ ନିର୍ଦ୍ଦେଶକ (ସ୍ବତନ୍ତ୍ର ପ୍ରକଳ୍ପ) ଶ୍ରୀ ଜ୍ୟୋତିରଞ୍ଜନ ଦାସ, ନିର୍ଦ୍ଦେଶକ ଡ ମହେଶ୍ବର ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Comment

All fields marked with an asterisk (*) are required