Search for:
  • Home/
  • ରାଜ୍ୟ/
  • ଜେଡ଼ିରେ ଯୋଗଦେଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଡ. ପ୍ରଦୀପ କୁମାର ନାୟକ

ଜେଡ଼ିରେ ଯୋଗଦେଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଡ. ପ୍ରଦୀପ କୁମାର ନାୟକ

Spread the love

Loading

ଜେଡ଼ିରେ ଯୋଗଦେଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ
ଡ. ପ୍ରଦୀପ କୁମାର ନାୟକ
ଭୁବନେଶ୍ୱର, ୨୩/୦୫/୨୦୨୪: ଭଦ୍ରକ ନିର୍ବାଚନ ମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନର ବିଜେପି
ବିଧାୟକ ପ୍ରାର୍ଥୀ ଡ. ପ୍ରଦୀପ କୁମାର ନାୟକ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ
ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଡ. ପ୍ରଦୀପ କୁମାର ନାୟକଙ୍କୁ ଡକ୍ଟର
ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ଡ. ପ୍ରଦୀପ କୁମାର ନାୟକଙ୍କ ଯୋଗଦାନ ଫଳରେ
ବିଶେଷକରି ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର
କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଡ. ପ୍ରଦୀପ କୁମାର ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ
ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ
ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ
ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ
ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ
ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।
ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Comment

All fields marked with an asterisk (*) are required