Search for:
  • Home/
  • ମହାନଗର/
  • ଜାଗା ମିଶନରେ ବସ୍ତିବାସିନ୍ଦାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଟ୍ଟା ବଣ୍ଟନ

ଜାଗା ମିଶନରେ ବସ୍ତିବାସିନ୍ଦାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଟ୍ଟା ବଣ୍ଟନ

Spread the love

Loading

ସହାରାଞ୍ଚଳ ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର, ଆଜି ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ  ଜାଗା ମିଶନରେ ବସ୍ତିବାସିନ୍ଦାଙ୍କୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଟ୍ଟା ବଣ୍ଟନ କରିବେ। ଭୁବନେଶ୍ୱର, ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲା ଆଦି ୫ ମହାନଗର ନିଗମର ୮୭୫ ବସ୍ତିରୁ ୬୫ ହଜାର ପରିବାରକୁ ପଟ୍ଟାବଣ୍ଟନ କରାଯିବ। ଏଥିପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ୬୫ ହଜାର ପରିବାର ମଧ୍ୟରୁ କେବଳ ବିଏମସି ଅଞ୍ଚଳରୁ ୫୧ ହଜାର ପରିବାରକୁ ପଟ୍ଟା ବଣ୍ଟନ କରାଯିବ ବୋଲି ସୂଚନା ମିଳିଛି। ପୂର୍ବରୁ କେବଳ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ମ୍ୟୁନସିପାଲଟିର ବସ୍ତିବାସିନ୍ଦାଙ୍କୁ ଜାଗା ମିଶନରେ ପଟ୍ଟାବଣ୍ଟନ କରାଯାଉଥିବା ବେଳେ ଗତ ବର୍ଷ ମହାନଗର ନିଗମବାସୀଙ୍କୁ ମଧ୍ୟ ପଟ୍ଟାବଣ୍ଟନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ ଏହି କ୍ରମରେ ଗତ ନଭେମ୍ବର ୨୦୨୨ରେ ଡ୍ରୋନ୍‌‌ ଯୋଗେ ସର୍ଭେ କରାଯାଇ ଯୋଗ୍ୟ ହିତାଧିକାରୀ ତାଲିକା ପ୍ରସ୍ତୁତ କରାଯାଇ ସୋମବାର ପ୍ରଥମ ପର୍ଯ୍ୟାୟ ପଟ୍ଟାବଣ୍ଟନ ପାଇଁ ନିଷ୍ପତ୍ତି ହୋଇଛି।
[8/28, 11:06] Santosh Panda: ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୧୧୦ ଟି ପୌର ସଂସ୍ଥାରେ ସହରର ୧ ଲକ୍ଷ ୭୨ ହଜାର ପରିବାକୁ ଜମି ଅଧିକାର ଦିଆଯାଇସାରିଛି। ଆସନ୍ତା ଡିସେମ୍ବର ସୁଦ୍ଧା ରାଜ୍ୟର ଅଢ଼େଇ ଲକ୍ଷ ବସ୍ତି ପରିବାରକୁ ଭୂମି ଅଧିକାର ଦେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ସୋମବାର ଏହି ପଟ୍ଟାବଣ୍ଟନ ସହ ରାଜ୍ୟର ୫ ମହାନଗର ନିଗମ ସମେତ ୧୧୫ ଟି ସହରାଞ୍ଚଳର ୧୦୧୦ ଟି ବିଜୁ ଆଦର୍ଶ କଲୋନୀକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ ବୋଲି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ୨୦୧୭ ମସିହାରେ ରାଜ୍ୟ ସରକାର ଜାଗା ମିଶନରେ ରାଜ୍ୟର ପୌରାଞ୍ଚଳଗୁଡ଼ିକରେ ବସ୍ତିବାସିନ୍ଦାଙ୍କୁ ଜମି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ। ମାତ୍ର ଏଥିରେ ରାଜ୍ୟର ୫ ଟି ମାହନଗର ନିଗମକୁ ସାମିଲ କରାଯାଇ ନ ଥିଲା। ହେଲେ ୨୦୨୧ ଡିସେମ୍ବର ଶେଷ ତାରିଖରେ ଏଥିରେ ସଂଶୋଧନ କରି ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା ଓ ସମ୍ବଲପୁର ମହାନଗର ନିଗମରେ ମଧ୍ୟ ଜମି ପ୍ରଦାନ କରିବାର ପ୍ରାବଧାନ କରିଥିଲେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ ମହାନଗରନିଗମ ଗୁଡ଼ିକରେ ବାସକରୁଥିବା ପରିବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଗୃହ ନିର୍ମାଣ କରିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ବ୍ୟବସ୍ଥାରେ ବସ୍ତିବାସିନ୍ଦା ମାନଙ୍କୁ ସର୍ବାଧିକ ୪୫ ବର୍ଗ ମିଟର ପର୍ଯ୍ୟନ୍ତ ଭୂମି ଅଧିକାର ପ୍ରଦାନ କରାଯିବ। ପୂର୍ବରୁ ଜାଗା ମିଶନ ଯୋଜନାରେ ରାଜଧାନୀର ବସ୍ତିଗୁଡ଼ିକୁ ମୌଳିକ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ବସ୍ତିଗୁଡ଼ିକରେ ଡ୍ରେନ, ଶୌଚାଳୟ, ପାନୀୟ ଜଳ, ବିଦ୍ୟୁତ୍‌‌ ଓ ଷ୍ଟ୍ରିଟ୍‌‌ ଲାଇଟ୍‌‌ ଆଦି ଯୋଗାଇ ଏହାକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି।

Leave A Comment

All fields marked with an asterisk (*) are required