Search for:
  • Home/
  • ରାଜ୍ୟ/
  • ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ କଳାକାରମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ।

ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ କଳାକାରମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ।

Spread the love

Loading

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଲୋକକଳା କଳାକାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଲୋକକଳା କଳାକାର। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜ୍ଞାପନ କରିଛନ୍ତି। ଲୋକକଳା କଳାକାରମାନଙ୍କ ପାରିଶ୍ରମିକରେ ଉଲ୍ଲେଖନୀୟ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ୟ ସରକାର।

ଏଥିପାଇଁ ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ କଳାକାରମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି।ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ ୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି। ଦଳର ମୁଖ୍ୟଙ୍କୁ ଦିନକୁ ୧୦୦୦ ଟଙ୍କା ଓ ଅନ୍ୟ ସଦସ୍ୟ ମାନଙ୍କୁ ୮୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ। ଏହାସହିତ, କଳାକାରମାନଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ ୩୦୦ ଟଙ୍କା ଲେଖାଏ ଦିଆଯିବ।

ଏହି ନୂତନ ପାରିଶ୍ରମିକ ଅନୁଯାୟୀ ଦାସକାଠିଆ ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା ୨୦୦ ଟଙ୍କା ଦିଆଯାଉଥିବା ବେଳେ ବର୍ତ୍ତମାନ ଦୁଇ ଜଣିଆ ଦଳକୁ ଏକକାଳୀନ ୨୪୦୦ ଟଙ୍କା ପ୍ରଦାନ କରାଯିବ। ସେହିପରି ପାଲା ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା ୩୫୦ ଟଙ୍କା ଦିଆଯାଉଥିବା ବେଳେ, ଏବେ ଏକ ୬ ଜଣିଆ ଦଳକୁ ଏକକାଳୀନ ୬୮୦୦ ଟଙ୍କା ଦିଆଯିବ। ଘୋଡାନାଚ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଛା ୩୫୦ ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ ୮ ଜଣିଆ ଘୋଡାନାଚ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ।

ସେହିପରି ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପୂର୍ବରୁ କାର୍ଯ୍ୟକ୍ରମ ପିଛା ୪୦୦ ଟଙ୍କା ଦିଆଯାଉଥିଲା। ଏବେ ଏକ ୮ ଜଣିଆ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ। ୨୦୦୯ ମସିହାରୁ ବ୍ଲକରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟ ସ୍ତରୀୟ ପର୍ଯ୍ୟନ୍ତ କଳାକାରମାନଙ୍କ ସଂଘ ଗଠନ କରାଯାଇଛି।

Leave A Comment

All fields marked with an asterisk (*) are required