Search for:
  • Home/
  • ରାଜ୍ୟ/
  • ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

Spread the love

Loading

କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ
ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:26.01.24 କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି୤ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ୤

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Comment

All fields marked with an asterisk (*) are required