ବଢିଲା ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତା
ଭୁବନେଶ୍ୱର:ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି
ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି
ବଢିଲା ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତା
ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା, ଜିଲ୍ଲା ପରିଷଦ ଉପ-ସଭାପତି ୭,୦୪୦ ଟଙ୍କା ପରିବର୍ତ୍ତେ ୨୦,୦୦୦ ଟଙ୍କା ପାଇବେ। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା, ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩, ୫୩୦ରୁ ଏବେ ୧୫,୦୦୦ ଟଙ୍କା ପାଇବେ। ଉପାଧ୍ୟକ୍ଷମାନେ ୨,୩୫୦ ବଦଳରେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ।