Search for:
  • Home/
  • ରାଜ୍ୟ/
  • ଓଡ଼ିଶା ମଧ୍ୟାହ୍ନଭୋଜନ ପାଚକ ପାଚିକା ମହାସଂଘ ତରଫରୁ ୮ଦଫା ଦାବି ନେଇ ବିଧାନସଭା ସମ୍ମୁଖରେ ବିକ୍ଷୋଭ

ଓଡ଼ିଶା ମଧ୍ୟାହ୍ନଭୋଜନ ପାଚକ ପାଚିକା ମହାସଂଘ ତରଫରୁ ୮ଦଫା ଦାବି ନେଇ ବିଧାନସଭା ସମ୍ମୁଖରେ ବିକ୍ଷୋଭ

Spread the love

Loading

ଓଡ଼ିଶା ମଧ୍ୟାହ୍ନଭୋଜନ ପାଚକ ପାଚିକା ମହାସଂଘ ତରଫରୁ ୮ଦଫା ଦାବି ନେଇ ବିଧାନସଭା ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ଵର, ତା ୨୪୮୭ : ଓଡ଼ିଶା ପାଚକ ପାଚିକା ମହାସଂଘ ପକ୍ଷରୁ ୮ ଦଫା ଦାବି ନେଇ ସଂଘର ରାଜ୍ୟ ସଭାନେତ୍ରୀ ଜନକ ପ୍ରଧାନଙ୍କ ନେତୃତ୍ବରେ ଓଡ଼ିଶାର ୩୦ଗୋଟି ଜିଲ୍ଲାର ପାଚକ ପାଚିକାମାନେ ଯୋଗଦେଇଥିଲେ । ମୁଖ୍ୟ ଅତିଥି ଭାବେ ମହାସଂଘର ରାଜ୍ୟ ଆବାହକ ଦିଗମ୍ବର ଜେନା ଯୋଗଦେଇ ୮ଦଫା ସମ୍ବଳିତ ଦାବି ଖୁବ୍‌ଶୀଘ୍ର ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି । ରାଜ୍ୟ ସାଧାରଣ ସମ୍ପାଦିକା ଜାନକୀ ମାଝୀ, ସମ୍ପାଦିକା ଚନ୍ଦ୍ରାବତୀ ନାୟକ, କୋଷାଧ୍ୟକ୍ଷା ରଜନୀ କିଷାନ, ଗାୟତ୍ରୀ ନାଗ, ବିଜୟ ପ୍ରସେଟ୍, କିଶୋର ନାୟକ, ତପନ ପ୍ରସାଦ ସାହୁ, ରାଧାଶ୍ୟାମ ମହାରଣା, ସୁଜାତା ସ୍ଵାଇଁ, ରିତୁ ପାତ୍ର, ବିନ୍ଦୁ ଦାସ ଏବଂ ପ୍ରତ୍ୟେକ ଜିଲ୍ଲାର କର୍ମକର୍ତାମାନେ ନିଜ ନିଜ ବକ୍ତବ୍ୟମାନ

ରଖୁଥିଲେ । ଆମ୍ଭେ “ ଓଡ଼ିଶା ମଧ୍ୟାହ୍ନଭୋଜନ ପାଚକ ପାଚିକା ମହାସଂଘ’”, ସବିନୟ ଦାବି ଜଣାଉଛି ଏହିକିଯେ, ଆଜକୁ ୨୦ ବର୍ଷ ଧରି ଆମ୍ଭେ ଉକ୍ତ କ୍ଷେତ୍ରରେ କାର୍ଯ୍ୟକରି ଆସୁଥିଲେ ମଧ୍ୟ ଆପଣଙ୍କ ଦ୍ଵାରା ଦିଆଯାଇଥିବା ପ୍ରାପ୍ୟ ଆମ୍ଭମାନଙ୍କୁ ସମୁଦ୍ରକୁ ଶଙ୍ଖ ସଦୃଶ । ଆପଣଙ୍କ ଦ୍ଵାରା ନିର୍ଦ୍ଧାରିତ ପାରିଶ୍ରମିକ ଆମ୍ଭମାନଙ୍କର ଦିନସାରା ପରିଶ୍ରମ ପାଇଁ ଟ.୬୬.୬୬ ପଇସା ପଢୁଅଛି । ମାତ୍ର ତାହାକୁ ଆମ୍ଭେ ଠିକ୍ ଭାବେ ପାଉନାହୁଁ । କାରଣ ସରକାର ମାସିକ ଟ. ୨୦୦୦/- ଦେଉଥିଲେ ମଧ୍ୟ ତାହା ସମୁଦ୍ରକୁ ଶଙ୍ଖ ସଦୃଶ୍ୟ । ସୁ-ମଣିଷ ଗଢ଼ିବା ମନ୍ଦିରରେ ଖାଦ୍ୟ ରାନ୍ଧି ଯୋଗାଉଥିବା ଆମ୍ବ ପାଚକ ସର୍ବନିମ୍ନ ଭୋକ ମେଣ୍ଟାଇବାରେ ସକ୍ଷମ ହେଉନାହାଁନ୍ତି ।

ଆମ୍ଭେ ସରକାରଙ୍କ ଘୋଷିତ ସର୍ବନିମ୍ନ ମଜୁରୀ ଟ.୨୭୫/- ଆମ୍ଭ ପାଇଁ ଲାଗୁ କରାଯାଉ । ଉକ୍ତ ପ୍ରକାରେ ମାସିକ ଟ.୮,୨୫୦/- ଦରମା ଲାଗୁ କରାଯାଉ । ଆମ ସମସ୍ତଙ୍କ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ମାନ୍ୟତା ଦିଆଯିବା ସହିତ ଡ୍ରେସ୍ କୋର୍ଡ ଲାଗୁ କରାଯାଉ । ଚିକିତ୍ସା ଭତ୍ତା ସହିତ ଜୀବନ ବୀମାର ସୁବିଧା କରାଯାଉ । ୨୦୧୮ ମସିହା ଜାନୁଆରୀ ମାସଠାରୁ ବର୍ତ୍ତମାନ ପ୍ରଚଳିତ ବର୍ଷିତ ଦରମାର ବକେୟା ପାଉଣା ଦିଆଯାଉ । ଆମ୍ଭମାନଙ୍କୁ ବାହାର କରିବାର ଏବଂ ନିଯୁକ୍ତି କରିବା ବ୍ୟବସ୍ଥାକୁ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସିଧାସଳଖ ନିୟନ୍ତ୍ରଣରେ ରଖାଯାଉ । ଆମ୍ଭମାନଙ୍କୁ ଦୈନିକ ମଜୁରୀଆର ସ୍ୱୀକୃତି ଦେଇ, ଭବିଷ୍ୟନିଧୂ ଯୋଜନାରେ ସାମିଲ୍ କରାଯାଉ । ଅବସର ସୀମା ୬୦ ବର୍ଷରୁ ୬୨ ବର୍ଷ କରାଯାଉ । କାର୍ଯ୍ୟରତ ସମୟରେ ଆକସ୍ମିକ ବିୟୋଗରେ କ୍ଷତିପୂରଣ ରାଶି ପ୍ରଦାନ କରାଯାଉ ।

ଏଣୁ ଆମ୍ଭମାନଙ୍କର ଦାବିଗୁଡ଼ିକ ବିଚାରକୁ ନେଇ ଆମ୍ଭମାନଙ୍କର ସର୍ବନିମ୍ନ ଆବଶ୍ୟକତାକୁ ପୂରଣ କରିବା ସଂଗେ ସଂଗେ ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହେବାର ଦାବି କରୁଅଛୁ ।

Leave A Comment

All fields marked with an asterisk (*) are required