Search for:
  • Home/
  • ରାଜ୍ୟ/
  • ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିସନ ।

ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିସନ ।

Spread the love

Loading

ଭୁବନେଶ୍ବର: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିସନ । ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର , ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ତେବେ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ। ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।

Leave A Comment

All fields marked with an asterisk (*) are required