ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ଭୁବନେଶ୍ୱର, ତା.୫/୦୮: ପ୍ରସିଦ୍ଧ ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା । ସେ ଗତ ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିଲେ । ସ୍ୱର୍ଗତଃ ରଥଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାର କେଶରପୁର ଗ୍ରାମରେ । ସେ ଦୈନିକ ଖବରକାଗଜ ସମାଜ, ଧରିତ୍ରୀ ଓ ଅନୁପମ ଭାରତ ଭଳି ଏକାଧିକ ଖବରକାଗଜରେ ବ୍ୟଙ୍ଗ ଚିତ୍ରଶିଳ୍ପୀ ଭାବେ କାମ କରିଥିଲେ । ବିଶେଷ କରି ସମାଜ ଖବରକାଗଜରେ ବାହାରୁଥିବା ସ୍ୱର୍ଗତଃ ରଥଙ୍କ ବ୍ୟଙ୍ଗଚିତ୍ର ସ୍ତମ୍ଭ “ଜନେ ହସିବେ” ବେଶ୍ ଲୋକପ୍ରିୟ ହୋଇଥିଲା । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ରଥଙ୍କ ଦିବଂଗତ ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।