Search for:
  • Home/
  • ରାଜ୍ୟ/
  • ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟପନ୍ଥା ସମୀକ୍ଷା

ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟପନ୍ଥା ସମୀକ୍ଷା

Spread the love

Loading

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟପନ୍ଥା ସମୀକ୍ଷା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଓଡିଶାର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ ବୃଦ୍ଧି ପାଇବ ଶିକ୍ଷାର ମାନ । ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ସହିତ ଭବିଷ୍ୟତ ଗଠନର ମାର୍ଗ ଦେଖାଇବେ ଶିକ୍ଷକ ଶିକ୍ଷୟିତ୍ରୀ । ଏଥିପାଇଁ ପ୍ରସ୍ତୁତ ହେଉଛି ସ୍ୱତନ୍ତ୍ର ରୂପରେଖ । ପ୍ରାରମ୍ଭିକ ପର୍ଯ୍ୟାୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ଏହାର ସମୀକ୍ଷା କରିବା ସହିତ ଭିତ୍ତିଭୂମି, ଶୈକ୍ଷିକ ପରିବେଶ, ବିଦ୍ୟାଳୟ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଛନ୍ତି ।

Leave A Comment

All fields marked with an asterisk (*) are required