Search for:
  • Home/
  • ରାଜ୍ୟ/
  • ଆଠ ଜିଲ୍ଲାର ସ୍କୁଲ-କଲେଜକୁ ଛୁଟି ଘୋଷଣା।

ଆଠ ଜିଲ୍ଲାର ସ୍କୁଲ-କଲେଜକୁ ଛୁଟି ଘୋଷଣା।

Spread the love

Loading

ରାଜ୍ୟର ଲାଗିରହିଛି ତୁହାକୁ ତୁହା ବର୍ଷା, ୮ ଜିଲ୍ଲାର ସ୍କୁଲ-କଲେଜକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଯାହା ପ୍ରଭାବରେ ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଏଥି ସହିତ କିଛି ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।ପ୍ର ବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଆଦି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛିାସେହିପରି କେନ୍ଦୁଝର, ଦେଓଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର, ଢେଙ୍କାନାଳ, କଟକ, ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକ ଜିଲ୍ଲା ସମେତ ନବରଙ୍ଗପୁର ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୮ ଜିଲ୍ଲାର ଜିଲ୍ଲାପାଳ ନିଜ ନିଜ ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜ ଗୁଡିକୁ ଛୁଟି ଘୋଷଣା କରିଛନ୍ତି। ଆଜି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆଜି ସ୍କୁଲ ବନ୍ଦ ପାଇଁ ଘୋଷଣା ହୋଇଥିବା ଜିଲ୍ଲାମାନଙ୍କ ମଧ୍ୟରେ

କେନ୍ଦୁଝର,ବଲାଙ୍ଗୀର,ଅନୁଗୁଳ,କଳାହାଣ୍ଡି,ଢ଼େଙ୍କାନାଳ,ସୁବର୍ଣ୍ଣପୁର,ସମ୍ବଲପୁର ଓ ନୂଆପଡା।ଅନ୍ୟପଟେ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି। କାରଣ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ।ମୟୂରଭଞ୍ଜର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜ ଗୁଡିକୁ ଛୁଟି ଘୋଷଣା ବାରିପଦା,
ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ବାଜ ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜ ଗୁଡିକୁ ଛୁଟି ଘୋଷଣା କରିଛନ୍ତି। ଆଜି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବା ପାଇଁ ନିର୍ଦ୍ଦେଶରେ ଦର୍ଶା ଯାଇଛି।ସମୁଦ୍ରରେ ୫୫ରୁ ୭୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Comment

All fields marked with an asterisk (*) are required