Search for:
  • Home/
  • ରାଜ୍ୟ/
  • ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ ସୁଭଦ୍ରା ଯୋଜନା

ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ ସୁଭଦ୍ରା ଯୋଜନା

Spread the love

Loading

ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ

ଭୁବନେଶ୍ବର : ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ସବୁଠୁ ଅଧିକ ଚର୍ଚ୍ଚାରେ ଥିବା ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଗାମୀ ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ସୁଭଦ୍ରା ଟଙ୍କା ରିଲିଜ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସି ସୁଭଦ୍ରା ଯୋଜନା ଲଞ୍ଚ୍ କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ହଜଖସ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ସେଠାରେ ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶା ଯିବେ । ସେହିଦିନ ଆମେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବୁ। ସୁଭଦ୍ରା ଯୋଜନାର ଟଙ୍କା ସେହିଦିନ ରିଲିଜ୍‌ କରାଯିବ। ଏଥି ସହିତ ଏହି କାର୍ଯ୍ୟକ୍ରମରେ ରାଜ୍ୟର ୫ ଲକ୍ଷ ମହିଳା ଯୋଗ ଦେବେ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍। ଏନେଇ ଗତକିଛି ଦିନ ତଳେ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ ସୁଭଦ୍ରା ଯୋଜନାରେ କ୍ୟାବିନେଟ୍ ମୋହର ବାଜିବା ପରେ ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ଆସନ୍ତା ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା ଲଞ୍ଚ ହେବ ।

Leave A Comment

All fields marked with an asterisk (*) are required