Search for:
  • Home/
  • ରାଜ୍ୟ/
  • ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦି।

ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦି।

Spread the love

Loading

ଭୁବନେଶ୍ୱର,୧୫।୯: ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ହେଉଛି ‘ସୁଭଦ୍ରା’। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର ସୁଫଳ ପାଇବେ।ଏହା ସହ ଭୁବନେଶ୍ୱରରେ ୨୮୦୦ କୋଟିର ରେଲ ପ୍ରକଳ୍ପର ଶିଳାନ୍ୟାସ କରିବେ। ୧ ହଜାର କୋଟିର ନ୍ୟାସନାଲ ହାଇୱେ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମ ରାହିଛି। ଦେଶର ୧୩ ଲକ୍ଷ PMAY-G ହିତାଧିକାରୀଙ୍କ ପ୍ରଥମ କିସ୍ତି ରିଲିଜ କରିବା ସହ। ୧୪ଟି ରାଜ୍ୟର PMAY-G ହିତାଧିକାରୀ ଏହାର ଉପକାର ପାଇବେ।ଅନ୍ୟପକ୍ଷେ ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଏଯାବତ୍‌ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ପ୍ରଥମ କିସ୍ତି ମିଳିବ । ରବିବାର ରାଜ୍ୟବ୍ୟାପୀ ୧୦ ହଜାର ରାଜସ୍ବ ଗାଁରେ ସୁଭଦ୍ରା ପଦଯାତ୍ରା ହେବ। ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ଯାଏଁ ସୁଭଦ୍ରା ପଦଯାତ୍ରା ହେବ।

Leave A Comment

All fields marked with an asterisk (*) are required